fbpx

୨୪ ଘଣ୍ଟାରେ ଲଘୁଚାପରେ ପରିଣତ ହେବ ଘୂର୍ଣ୍ଣିବଳୟ! ଏହି ଜିଲ୍ଲାରେ ଆଜି ପ୍ରବଳ ବର୍ଷିବ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ବଙ୍ଗୋପସାଗରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣବଳୟ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆଜି ରାଜ୍ୟର କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । କନ୍ଧମାଳ, ପୁରୀ ବୌଦ୍ଧ, ଖୋର୍ଦ୍ଧା ଓ କଟକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ସେହିପରି ସମ୍ବଲପୁର, ସୋନପୁର, ନୟାଗଡ଼, ଅନୁଗୁଳ, କଳାହାଣ୍ଡି, ଜଗତସିଂହପୁର ଓ ଗଞ୍ଜାମ ଜିଲ୍ଲା ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ସୂଚନା ଦେଇଛି ପାଣିପାଗ ବିଭାଗ । ଅନ୍ୟପଟେ ଜୁନ ୧ରୁ ଅଗଷ୍ଟ୧୬ ମଧ୍ୟରେ ରାଜ୍ୟର ୨୫ଟି ଜିଲ୍ଲାରେ ନିଅଣ୍ଟିଆ ବର୍ଷା ହୋଇଛି । ଯାଜପୁର ଜିଲ୍ଲାରେ ସବୁଠାରୁ କମ୍ ବର୍ଷା ହୋଇଥିବା ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି ।

Get real time updates directly on you device, subscribe now.