fbpx

ରାଜ୍ୟରେ କରୋନା ସଂକ୍ରମଣ ପୁଣି ବୃଦ୍ଧି: ଆଜି ୯୯୩ ପଜିଟିଭ୍, କେଉଁ ଜିଲ୍ଲାରେ କେତେ ଜାଣନ୍ତୁ

ଭୁବନେଶ୍ୱର, (ଓଡିଶା ଭାସ୍କର): ପୁଣି ରାଜ୍ୟରେ କରୋନାର ଉପର ତଳ ଖେଳ ଆରମ୍ଭ ହୋଇଗଲାଣି । ଲଗାତର ୬ ଦିନ ଧରି ଦୈନିକ ସଂକ୍ରମଣ ହଜାରେ ଉପରେ ରହିଥିଲା । ଏବେ ତିନିଦିନ ହେଲା ହଜାରେ ତଳକୁ ସଂକ୍ରମଣ ଖସିଛି । ଗତକାଲି ଅପେକ୍ଷା ଆଜି ସଂକ୍ରମଣ ସାମାନ୍ୟ ବୃଦ୍ଧି ପାଇଛି । ତେବେ ପୂର୍ବ ଅପେକ୍ଷା ରାଜ୍ୟରେ ସଂକ୍ରମଣ ହ୍ରାସ ପାଇଥିଲେ ହେଁ କରୋନାର ଭୟାବହତା ଏ ପର୍ଯ୍ୟନ୍ତ ଦୂର ହୋଇନାହିଁ । ତୃତୀୟ ଲହର ଆସିସାରିଛି ବୋଲି କିଛି ବିଶେଷଜ୍ଞ ମତ ଦେଉଥିଲେ ହେଁ ଦ୍ୱିତୀୟ ଲହର ସରିନାହିଁ ବୋଲି କେନ୍ଦ୍ର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ କୁହାଯାଇଛି । ଆଜି ୯୯୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୫୭୮ ଓ ସ୍ଥାନୀୟ ଅଞ୍ଚଳରୁ ୪୧୫ ଜଣ ଚିହ୍ନଟ ହେବା ସହ ୧୩୮ ଜଣ ୧୮ ବର୍ଷରୁ କମ୍ ବୟସର ପିଲା ସଂକ୍ରମିତ ହୋଇଛନ୍ତି ।

ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୯୭ ହଜାର ୧୪୬ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୯ ଲକ୍ଷ ୮୦ ହଜାର ୪୭୧ ରହିଥିବା ବେଳେ ୯ ହଜାର ୫୩୬ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪୧୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.