fbpx

ଓଡିଶା ଛୁଇଁଲା ଲଘୁଚାପ: ୨ ଦିନ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର (ଭାସ୍କର ନ୍ୟୁଜ୍‌):ଓଡ଼ିଶା ଛୁଇଛି ଲଘୁଚାପ । ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଓଡ଼ିଶା ଉପକୂଳ ସ୍ପର୍ଶ କରିଛି । ଏହା ପ୍ରଭାବରେ ଦକ୍ଷିଣ ଓଡ଼ିଶାର ଅନେକ ସ୍ଥାନ ଓ ଉପକୂଳ ଓଡ଼ିଶାର କେତେକ ସ୍ଥାନରେ ବର୍ଷା ହେବ ବୋଲି ଅନୁମାନ କରାଯାଇଛି । ଏହି ଲଘୁଚାପ ଫଳରେ ଦୁଇଦିନ ବ୍ୟାପୀ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଳି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି ।

ସେହିପରି ୧୮ରୁ ୧୯ ତାରିଖ ମଧ୍ୟରେ ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, କେନ୍ଦୁଝର, ସୁବର୍ଣ୍ଣୁର, ଅନୁଗୁଳ, ନୂଆପଡ଼ା ଓ ବଲାଙ୍ଗୀର ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏଥିପାଇଁ ଉକ୍ତ ଜିଲ୍ଲାଗୁଡ଼ିକୁ ବି ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଲଘୁଚାପ ପ୍ରଭାବରେ ଆସନ୍ତା ୪୮ ଘଂଟା ମଧ୍ୟରେ ରାଜ୍ୟର ଅନେକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, କଟକ, କନ୍ଧମାଳ, ମାଲକାନଗିରି,କୋରାପୁଟ, ଜଗତସିଂହପୁର,ମୟୂରଭଞ୍ଜ ଓ କେନ୍ଦ୍ରାପଡ଼ା ଆଦି ଜିଲ୍ଲାର ଗୋଟିଏ ଦୁଇଟିସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନାରହିଛି । ଏହି ସମୟ ମଧ୍ୟରେ ପୁରୀ, ବୌଦ୍ଧ, ଯାଜପୁର, ଭଦ୍ରକ, ଢ଼େଙ୍କାନାଳ, କେନ୍ଦୁଝର, ରାୟଗଡ଼ା, ଗଜପତି, ବାଲେଶ୍ୱର, ନୂଆପଡ଼ା, ନବରଙ୍ଗପୁର, ଅନୁଗୁଳ ଓ କଳାହାଣ୍ଡି ଆଦି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହି ଜିଲ୍ଲାଗୁଡ଼ିକୁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

 

Get real time updates directly on you device, subscribe now.