fbpx

ରାଜ୍ୟରୁ ପୁଣି ୬୮ଆକ୍ରାନ୍ତଙ୍କ ଜୀବନ ନେଲା କରୋନା ମହାମାରୀ

ଭୁବନେଶ୍ୱର, (ଓଡିଶା ଭାସ୍କର): ସମ୍ଭାବ୍ୟ ତୃତୀୟ ଲହରକୁ ନେଇ ଯେତେ ସଚେତନ ରହିଲେ ବି ରାଜ୍ୟରେ ମୃତ୍ୟୁସଂଖ୍ୟା କମିବାରେ ନାଁ ଧରୁନାହିଁ । ପ୍ରତିଦିନ ୬୦ ଉପରକୁ ଜୀବନ ନେଉଛି କରୋନା ମହାମାରୀ । ଲକଡାଉନ୍, ସଟଡାଉନ୍ ପରି କଟକଣା ପରେ ବି ଲାଗିପାରୁନାହିଁ ମୃତ୍ୟୁସଂଖ୍ୟାରେ ରୋକ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୮ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୭,୭୬୫ କୁ ବୃଦ୍ଧି ପାଇଛି ।

ତେବେ ଆଜି କଟକ ଜିଲ୍ଲାରୁ ସର୍ବାଧିକ ୨୫ ଜଣ ମୃତ୍ୟୁବରଣ କରିଛନ୍ତି । ସେହିପରି କେନ୍ଦ୍ରାପଡ଼ା ଓ ଖୋର୍ଦ୍ଧାରୁ ୭ ଜଣ ଲେଖାଏଁ, ଜଗତସିଂହପୁରରୁ ୬ ଜଣ, ଅନୁଗୁଳ ଓ ମୟୂରଭଞ୍ଜରୁ ୫ ଜଣ ଲେଖାଏଁ, ବାଲେଶ୍ୱର, ଭଦ୍ରକ, ଢେଙ୍କାନାଳରୁ ୩ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏହା ସହ ନୟାଗଡ଼ରୁ ୨ ଜଣ , ବୌଦ୍ଧ, ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.