ଭୁବନେଶ୍ୱର,(ଓଡିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମଣ ଜାରି ରହିଛି । ପୂର୍ବ ଅପେକ୍ଷା ରାଜ୍ୟରେ ସଂକ୍ରମଣ ହ୍ରାସ ପାଇଥିଲେ ହେଁ କରୋନାର ଭୟାବହତା ଏ ପର୍ଯ୍ୟନ୍ତ ଦୂର ହୋଇନାହିଁ । ତୃତୀୟ ଲହର ଆସିସାରିଛି ବୋଲି କିଛି ବିଶେଷଜ୍ଞ ମତ ଦେଉଥିଲେ ହେଁ ଦ୍ୱିତୀୟ ଲହର ସରିନାହିଁ ବୋଲି କେନ୍ଦ୍ର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ କୁହାଯାଇଛି । ଏହାରି ମଧ୍ୟରେ ଆଜି ପୁଣି ୬୦୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୩୫୪ ଓ ସ୍ଥାନୀୟ ଅଞ୍ଚଳରୁ ୨୫୫ ଜଣ ଚିହ୍ନଟ ହେବା ସହ ୯୭ ଜଣ ୧୮ ବର୍ଷରୁ କମ୍ ବୟସର ପିଲା ସଂକ୍ରମିତ ହୋଇଛନ୍ତି ।
ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୭ ହଜାର ୧୧୨ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୯ ଲକ୍ଷ ୯୧ ହଜାର ୬୩୦ ରହିଥିବା ବେଳେ ୭ ହଜାର ୫୨୮ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୦୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
Covid-19 Report For 29th August
New Positive Cases: 609
Of which 0-18 years: 97
In quarantine: 354
Local contacts: 255(Details of local contacts will be shared by concerned Dist Administration)
District Wise Cases:
1. Angul: 18
2. Balasore: 21
3. Bargarh: 4
4. Bhadrak: 9— I & PR Department, Odisha (@IPR_Odisha) August 30, 2021
22. Puri: 20
23. Rayagada: 5
24. Sambalpur: 16
25. Sonepur: 2
26. Sundargarh: 8
27. State Pool: 48New recoveries: 834
Cumulative tested: 18012352
Positive: 1007112
Recovered: 991630
Active cases: 7528— I & PR Department, Odisha (@IPR_Odisha) August 30, 2021