fbpx

ଘୂର୍ଣ୍ଣବଳୟ ନେଲା ଲଘୁଚାପର ରୂପ , ସକାଳ ୮ଟା ୩୦ ଯାଏଁ ୧୪ ଜିଲ୍ଲା ସାବଧାନ୍

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେଇଛି । ଲଘୁଚାପ କ୍ଷେତ୍ର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ପ୍ରବଳ ବର୍ଷା ନେଇ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

ତେବେ ରାଜ୍ୟର ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ କଳାହାଣ୍ଡି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହା ସହିତ ନୂଆପଡ଼ା, ନବରଙ୍ଗପୁର, କନ୍ଧମାଳ, ବଲାଙ୍ଗିର, ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାରେ ପ୍ରବଳ ବର୍ଷିବାର ସମ୍ଭାବନା ରହିଛି । କାଲି ସକାଳ ୮ଟା ୩୦ ପର୍ଯ୍ୟନ୍ତ ସତର୍କ ରହିବାକୁ ପାଣିପାଗ ବିଭାଗ ପରାମର୍ଶ ଦେଇଛି ।

Get real time updates directly on you device, subscribe now.