fbpx

୧୧ରେ ଆଉ ଏକ ଲଘୁଚପା: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୫ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର (ଭାସ୍କର ନ୍ୟୁଜ୍‌): ଆସନ୍ତା ୧୧ସେପ୍ଟେମ୍ବର ବେଳକୁ ଉତ୍ତର-ବଙ୍ଗୋପସାଗର ତତ୍‌ ସଂଲଗ୍ନ କେନ୍ଦ୍ରୀୟ-ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହା ସୃଷ୍ଟି ହେବାର ୨୪ଘଂଟା ମଧ୍ୟରେ ଆହୁରି ଘନୀଭୂତ ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ସ୍ଥିତ ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି ।

ଏହାର ପ୍ରଭାବରେ ଆଗାମୀ ୨୪ ଘଂଟା ମଧ୍ୟରେ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏଥିପାଇଁ ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ସେପ୍ଟେମ୍ବର ୧୦ରୁ ୧୩ ତାରିଖ ମଧ୍ୟରେ ରାଜ୍ୟରେ ଅନେକ ଜିଲ୍ଲାର ପ୍ରବଳ ବର୍ଷା ସମ୍ଭାବନା ରହିଛି ।

Get real time updates directly on you device, subscribe now.