fbpx

ରାଜ୍ୟରେ ଆଉ ୬ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର, (ଓଡିଶା ଭାସ୍କର): ସମ୍ଭାବ୍ୟ ତୃତୀୟ ଲୋକଙ୍କ ମନରେ ଭୟ ସୃଷ୍ଟି ହେଉଥିବା ବେଳେ ରାଜ୍ୟରେ ମୃତ୍ୟୁସଂଖ୍ୟା ହଠାତ୍ କମିଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୮,୦୮୪ କୁ ବୃଦ୍ଧି ପାଇଛି ।

ତେବେ ଆଜି ଅନୁଗୁଳ, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ମୟୂରଭଞ୍ଜ ଓ ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.