fbpx

ରାତି ସାଢ଼େ ୮ ସୁଦ୍ଧା ୮ ଜିଲ୍ଲାକୁ ସତର୍କ ଘଣ୍ଟି, ଏହିସବୁ ଜିଲ୍ଲାରେ ପ୍ରବଳ ଛେଚିବ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟର ୯ଟି ଜିଲ୍ଲାରେ ଘଡଘଡି ସହ ବର୍ଷା ହେବାର ପୂର୍ବାନୁମାନ କରି ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ରାତି ସାଢ଼େ ୮ ସୁଦ୍ଧା ୮ ଜିଲ୍ଲାକୁ ସତର୍କ ଘଣ୍ଟି । ଉକ୍ତ ଜିଲ୍ଲାଗୁଡ଼ିକ ହେଲା- ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, ଗଞ୍ଜାମ, ଗଜପତି ଓ ଖୋର୍ଦ୍ଧା ଭଳି ଜିଲ୍ଲା ଗୁଡ଼ିକୁ ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ ଦେଇଛି ପାଣିପାଗ କେନ୍ଦ୍ର । କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ବି ସମ୍ଭାବନା ରହିଛି। ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯିବା ସହ ମତ୍ସ୍ୟଜୀବୀଙ୍କୁ ୧୨ରୁ ୧୪ତାରିଖ ପର୍ୟ୍ୟନ୍ତ ଗଭୀର ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି ।

ଆଜି ପୂର୍ବ କେନ୍ଦ୍ରୀୟ ଏବଂ ତତ ସଂଲଗ୍ନ ଉତ୍ତର-ପୂର୍ବ ବଙ୍ଗୋପସାଗରରେ ଘୁର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହା ଅଧିକ ଘନୀଭୂତ ହୋଇ ୪୮ ଘଣ୍ଟା ମଧ୍ୟରେ ଅବପାତର ରୂପ ନେବ । ଏହା ପ୍ରଭାବରେ ୧୨ ଓ ୧୩ ତାରିଖରେ ରାଜ୍ୟବ୍ୟାପୀ ଭଲ ବର୍ଷା ହେବ । ୧୩ ତାରିଖ ଦିନ ବି ବର୍ଷାର ପରିମାଣ ଓ ବିସ୍ତୃତି ଅଧିକ ରହିବ । ବଲାଙ୍ଗୀର, ସୋନପୁର, ବୌଦ୍ଧ, ଅନୁଗୁଳ, ସମ୍ବଲପୁର, ବରଗଡ଼ ଓ ଦେବଗଡ଼ ଆଦି ଜିଲ୍ଲାରେ ଅତିପ୍ରବଳ ବର୍ଷା ହେବ। ଏନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।

ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ନୟାଗଡ଼, କଟକ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଆଦି ଜିଲ୍ଲାରେ ପ୍ରବଳ ବର୍ଷାକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୧୪ ତାରିଖ ଦିନ ମଧ୍ୟ ରାଜ୍ୟର କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି । ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, କେନ୍ଦୁଝର ଓ ଦେବଗଡ଼ ଆଦି ଜିଲ୍ଲାରେ ପ୍ରବଳ ବର୍ଷାକୁ ନେଇ କେନ୍ଦ୍ର ୟେଲୋ ୱାର୍ଣ୍ଣିଂ ଜାରି କରିଛି ।

Get real time updates directly on you device, subscribe now.