fbpx

ଘନୀଭୂତ ହେଉଛି ଲଘୁଚାପ: ୮ଟି ଜିଲ୍ଲାକୁ ଅରେଞ୍ଜ ଓ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣି ଜାରି

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅଧିକ ଘନୀଭୂତ ହେଉଛି । ୱେଲ୍ ମାର୍କଡ ଲୋ ପ୍ରେସରରେ ପରିଣତ ହେଉଛି ଲଘୁଚାପ । ଉତ୍ତର ପଶ୍ଚିମ ଓ ପଶ୍ଚିମ କେନ୍ଦ୍ରୀୟ ବେଙ୍ଗୋପସାଗରରେ ପରିଣତ ହେଲା ଲଘୁଚାପ । ୨୪ ଘଣ୍ଟା ମଧ୍ୟରେ ଅବପାତର ରୂପ ନେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆଜି ଓ ଆସନ୍ତାକାଲି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆଜି ୮ଟି ଜିଲ୍ଲାକୁ ଅରେଞ୍ଜ ଓ ୯ଜିଲ୍ଲାକୁ ୟେଲୋ ୱାର୍ଣ୍ଣି ଜାରି କରାଯାଇଛି । ୧୪ ତାରିଖ ଯାଏ ସମୁଦ୍ରକୁ ନ ଯିବାକୁ ମତ୍ସଜୀବୀଙ୍କୁ ପରାମର୍ଶ ଦିଆଯାଇଛି । ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୁଚନା ଦିଆଯାଇଛି ।

Get real time updates directly on you device, subscribe now.