fbpx

ଆଜି ବି ପ୍ରବଳ ଛେଚିବ ବର୍ଷା: ୭ ଜିଲ୍ଲାକୁ ରେଡ୍‌, ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ସତର୍କ ରହିବାକୁ ଜିଲ୍ଲାପାଳମାନଙ୍କୁ ଏସ୍‌ଆର୍‌ସିଙ୍କ ଚିଠ

ଭୁବନେଶ୍ୱର,(ଭାସ୍କର ନ୍ୟୁଜ୍‌) : ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ରମଶଃ ଘନୀଭୂତ ହୋଇ ଗଭୀର ଅବପାତର ରୂପ ନେଇଛି । ଏହି ଅବପାତ ଏବେ ଚାନ୍ଦବାଲିଠାରୁ ଉତ୍ତର-ଦକ୍ଷିଣ ଉତ୍ତରଦିଗରେ ୮୦ କି.ମି., ପାରାଦୀପ ଠାରୁପୂର୍ବରେ ୭୦ କି.ମି., ବାଲେଶ୍ୱରଠାରୁଦକ୍ଷିଣ-ଦକ୍ଷିଣପୂର୍ବରେ ୧୪୦ କି.ମି. ଦୂରରେ ଥିବା ସୂଚନା ଦିଆଯାଇଛି । ଅନ୍ୟପଟେ ରାଜଧାନୀ ଭୁବନେଶ୍ୱରରେ ରବିବାର ହୋଇଥିବା ବର୍ଷା ଗତ ୬୩ ବର୍ଷର ରେକର୍ଡ ଭାଙ୍ଗିଛି । ଏଠାରେ ୧୬୩ ମି.ମି. ବର୍ଷା ହୋଇଥିବା ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଏହାବ୍ୟତୀତ ପୁରୀ, ବ୍ରହ୍ମପୁର, ଭଦ୍ରକ, ବାଲେଶ୍ୱର ଆଦି ସହରରେ ଶନିବାର ବିଳମ୍ବିତ ରାତ୍ରୀରୁ ଘଡ଼ଘଡ଼ି ସହ ବର୍ଷା ହୋଇଛି । ବିଭିନ୍ନ ସ୍ଥାନରେ ପାଣି ଜମିଛି । ଜଗତସିଂହପୁର କୁଜଙ୍ଗ ଅଞ୍ଚଳରେ ପାଣି ଜମିବାରୁ ଲୋକେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହୋଇଛନ୍ତି ।

ପାଣିପାଗ ବିଭାଗର ସୂଚନା ଅନୁଯାୟୀ ଆଜି କାଲି ସାରା ରାଜ୍ୟରେ ବର୍ଷାର ପ୍ରଭାବ ରହିବ । କେତେକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବାରୁ ପାଣିପାଗ ବିଭାଗ ପକ୍ଷରୁ ୧୭ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି କରାଯାଇଛି । ସେଥିମଧ୍ୟରୁ ୮ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଥିବାବେଳେ ୯ ଜିଲ୍ଲାପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସମ୍ବଲପୁର, ବଲାଙ୍ଗୀର, ସୋନପୁର, ବୌଦ୍ଧ, ଅନୁଗୋଳ, ନୟାଗଡ଼, ଗଞ୍ଜାମ, ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବାବେଳେ ଢେଙ୍କାନାଳ, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା ଓ କଟକ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।

ମିଳିଥିବା ସୂଚନା ଅନୁଯାୟୀ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ଅଧିକ ଘନୀଭୂତ ହେଉଥିବାରୁ ଉତ୍ତରଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳରେ ଅଧିକ ବର୍ଷା ହେବ । ଏହା ପଶ୍ଚିମ- ଉତ୍ତରପଶ୍ଚିମ ଦିଗରେ ଉତ୍ତର ଓଡ଼ିଶା ଓ ଉତ୍ତର ଛତିଶଗଡ଼ ଦେଇ ଦୁଇ ତିନିଦିନ ମଧ୍ୟରେ ଗତି କରିବାର ଆଶା କରାଯାଉଛି । ଏହି ସମୟ ମଧ୍ୟରେ ସମୁଦ୍ର ଅଶାନ୍ତ ରହିବାର ସମ୍ଭାବନା ଥିବାରୁ ମତ୍ସ୍ୟଜୀବୀଙ୍କ ଲାଗି ସତର୍କ ସୂଚନା ଜାରି କରାଯାଇଛି । ରବିବାରଠାରୁ ୧୪ ତାରିଖ ପର୍ଯ୍ୟନ୍ତ ସମୁଦ୍ର ଭିତରକୁ ନ ଯିବା ପାଇଁ ସେମାନଙ୍କୁ ପରାମର୍ଶ ଦିଆଯାଇଛି । ରାଜ୍ୟରେ ସୋମବାର ବର୍ଷାର ପରିମାଣ ବଢିବାର ସମ୍ଭାବନା ରହିଥିବାବେଳେ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷିବ ବୋଲି ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ସମୁଦ୍ରରେ ୪୫ରୁ ୬୫ କିମି ବେଗରେ ପବନ ବୋହିବାର ସମ୍ଭାବନା ରହିଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନକେନ୍ଦ୍ର ନିର୍ଦ୍ଦେଶକ ଏଚ.ଆର.ବିଶ୍ୱାସ କହିଛନ୍ତି ।

ଅନ୍ୟପଟେ ବର୍ଷା ମୁକାବିଲା ପାଇଁ ଜିଲ୍ଲାପାଳମାନଙ୍କୁ ସ୍ୱତନ୍ତ୍ର ରିଲିଫ୍‌ କମିସନର (ଏସ୍‌ଆର୍‌ସି) ଚିଠି ଲେଖିଛନ୍ତି । ଜିଲ୍ଲାପାଳଙ୍କୁ ପରାମର୍ଶ ଦେଇ ସେ ଦର୍ଶାଇଛନ୍ତି ଯେ ଯେକୌଣସି ପରିସ୍ଥିତିର ମୁକାବିଲା ପାଇଁ ସଜାଗ ରହିବାକୁ ହେବ । ରେଡ୍‌, ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାର ବାସିନ୍ଦାଙ୍କୁ ସତର୍କ ରହିବାକୁ ହେବ । ଏଥିସହିତ ତଳିଆ ଅଞ୍ଚଳରୁ ଜଳ ନିଷ୍କାସନ ପ୍ରତି ଦୃଷ୍ଟି ଦେବାକୁ ମଧ୍ୟ କୁହାଯାଇଛି । ଏହାସହ ପାହାଡିଆ ଅଞ୍ଚଳରେ ଭୂସ୍ଖଳନ ଭଳି ସ୍ଥିତି ମଧ୍ୟ ଉପୁଜିାରେ । ଏଥ୍ରିତି ନଜର ରଖିବାକୁ ଏସ୍‌ଆର୍‌ସି ପରାମର୍ଶ ଦେଇଛନ୍ତି । ଜିଲ୍ଲାରେ ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ ଖୋଲିବା ସହିତ ବିଡିଓ, ତହସିଲଦାର ଏବଂ ଗ୍ରାମ ଉନ୍ନୟନ ବିଭାଗର କର୍ମଚାରୀଙ୍କୁ ସଜାଗ ରହିବାକୁ ନିର୍ଦ୍ଦେଶ ଦିଅଯାଇଛି । ଏଥିସସହିତ ବର୍ଷାରେ କ୍ଷତିଗ୍ରସ୍ତ ରାସ୍ତାଘାଟ ମରାମତି ଲାଗି ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି । ଲଗାଣ ବର୍ଷା ଯୋଗୁଁ ମହାନଦୀ ଓ ଏହାର ଶାଖା ନଦୀର ଜଳ ସ୍ତର ବୃଦ୍ଧି ପାଉଛି । ଦେବୀ, କୁଶଭଦ୍ରା, ବୈତରଣୀ, ବୁଢ଼ାବଳଙ୍ଗ, ସୁବର୍ଣ୍ଣରେଖା, ବଂଶଧରା ଫୁଲୁଛି । ସେହିରି ଜଳକା ନଦୀ ମଥାନି ଠାରେ ବିଦ ସଙ୍କେତ ଉପରେ ପ୍ରବାହିତ ହେଉଛି । ମଥାନି ଠାରେ ଜଳସ୍ତର ୫.୫୭ ମିଟର ରହିଛି । ସେହିରି ରବିବାର ସନ୍ଧ୍ୟା ସୁଦ୍ଧା ହୀରାକୁଦର ଜଳସ୍ତର ୬୨୩.୪୭ ଫୁଟ ରହିଛି ।

Get real time updates directly on you device, subscribe now.