fbpx

ରାଜ୍ୟରୁ ପୁଣି ୬୪୪ ପଜିଟିଭ୍ ଚିହ୍ନଟ, ୭ ମୃତ; ଜାଣନ୍ତୁ କେଉଁଠୁ କେତେ

ଭୁବନେଶ୍ୱର, (ଓଡିଶା ଭାସ୍କର): ରାଜ୍ୟର ଅଧିକାଂଶ ଜିଲ୍ଲା ଏବେ କରୋନା କବଳରୁ ମୁକ୍ତ ହେବାରେ ଲାଗିଛି । କିନ୍ତୁ ରାଜଧାନୀ ଭୁବନେଶ୍ୱରରେ ବ୍ୟାପକ ଟିକାକରଣ, ସଚେତନତା, ଚଢ଼ଉ ପରେ ବି ସଂକ୍ରମଣ କମୁନାହିଁ । ତେବେ ଲୋକମାନେ ଅନ୍ୟ ଜିଲ୍ଲାରୁ ଭୁବନେଶ୍ୱରକୁ ଆସୁଥିବାରୁ ସଂକ୍ରମଣ ବୃଦ୍ଧି ପାଉଥିବା ସ୍ୱାସ୍ଥ୍ୟ ବିଭାଗର ଅଧିକାରୀମାନେ ମତ ଦେଉଛନ୍ତି । ଏହାରି ମଧ୍ୟରେ ଆଜି ୬୪୪ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି ।

ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୩୭୫ ଓ ସ୍ଥାନୀୟ ଅଞ୍ଚଳରୁ ୨୬୯ ଜଣ ଚିହ୍ନଟ ହୋଇଛନ୍ତି । ଏଥିସହ ୭୨ ଜଣ ୧୮ ବର୍ଷରୁ କମ୍ ବୟସର ପିଲା ସଂକ୍ରମିତ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୨ ହଜାର ୫୯୪ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୧୦ ଲକ୍ଷ ୮ ହଜାର ୬୭୧ ରହିଥିବା ବେଳେ ୫ ହଜାର ୭୧୩ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୮୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଏହା ସହ ଅନୁଗୁଳ, କଟକ, ଯାଜପୁର, ନବରଙ୍ଗପୁର, ସୁନ୍ଦରଗଡ଼, ପୁରୀ ଓ ଖୋର୍ଦ୍ଧାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ରାଜ୍ୟରେ କରୋନା ମୃତ୍ୟୁସଂଖ୍ୟା ୮,୧୫୭କୁ ବୃଦ୍ଧି ପାଇଛି ।

Get real time updates directly on you device, subscribe now.