fbpx

ଯୁକ୍ତ ୩ ଆଡମିଶନ ଅବଧି ବଢ଼ିଲା, ଜାଣନ୍ତୁ କେତେଦିନ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଛାତ୍ରଛାତ୍ରୀଙ୍କ ପାଇଁ ଏକ ଖୁସି ଖବର । ଯୁକ୍ତ ୩ ଛାତ୍ରଛାତ୍ରୀଙ୍କ ପାଇଁ ଆଡମିଶନ ଅବଧି ଆଉ ୨ ଦିନ ବୃଦ୍ଧି କରାଯାଇଛି । ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ ଆଡମିଶନ ଅବଧି ବୃଦ୍ଧି ହୋଇଥିବା ଜଣାପଡ଼ିଛି । ଆସନ୍ତାକାଲି ଭାରତ ବନ୍ଦ ଥିବାରୁ ଏହାକୁ ଦୃଷ୍ଟିରେ ରଖି ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଏହି ଘୋଷଣା କରାଯାଇଥିବା ଜଣାପଡ଼ିଛି । ସୂଚନାଯୋଗ୍ୟ ଯେ, ଆସନ୍ତା କାଲି ଭାରତ ବନ୍ଦ ଥିବାରୁ ଛାତ୍ରଛାତ୍ରୀମାନେ ଚିନ୍ତାରେ ଥିଲେ । ତେବେ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଏହି ନିଷ୍ପତ୍ତି ଫଳରେ ଛାତ୍ରଛାତ୍ରୀ ତଥା ଅଭିଭାବକମାନେ ସନ୍ତୋଷ ବ୍ୟକ୍ତ କରିଥିବା ଜଣାପଡ଼ିଛି ।

Get real time updates directly on you device, subscribe now.