fbpx

୧୦୦ କିମି ଦୂରରେ ‘ଗୁଲାବ’, ସନ୍ଧ୍ୟା ପରଠାରୁ ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଆରମ୍ଭ; ୩ ଘଣ୍ଟାରେ ବେଗ ରହିଛି ଘଣ୍ଟା ପ୍ରତି ୨୪ କିମି

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ବଙ୍ଗୋପସାଗର ଉପକୂଳକୁ ମାଡ଼ି ଆସୁଛି ସାମୁଦ୍ରିକ ଝଡ଼ ‘ଗୁଲାବ’ । ଅପରାହ୍ନ ୪ଟା ସୁଦ୍ଧା ଗୋପାଳପୁର ଠାରୁ ୧୦୦ କିମି ଦୂରରେ ରହିଛି । ଆନ୍ଧ୍ର କଳିଙ୍ଗପଟ୍ଟନମ୍ ଠାରୁ ଆଉ ୧୦୫ କିମି ଦୂରରେ ରହିଛି ସାମୁଦ୍ରିକ ଝଡ଼ । ବିଗତ ୩ ଘଣ୍ଟାରେ ବେଗ ରହିଛି ଘଣ୍ଟା ପ୍ରତି ୨୪ କିମି । ସନ୍ଧ୍ୟା ପରଠାରୁ ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଆରମ୍ଭ ହୋଇଯିବ ।

ଶ୍ରୀକାକୁଲମରେ ଲ୍ୟାଣ୍ଡଫଲ ହେବ । ଗଜପତି, ରାୟଗଡା, ମାଲକାନାଗିରି ଜିଲ୍ଲା ଦେଇ ଅତିକ୍ରମ କରିବ । ୮୫ରୁ ୯୫ କିମି ବେଗରେ ପବନ ବୋହିବ ଓଡିଶାରେ । ଧୀରେ ଧୀରେ ପବନର ବେଗ କମିବ । ପରେ ୬୦ରୁ ୭୦ କିମି ବେଗରେ ଗଂଜାମ ଗଜପତିରେ ପବନ ହେବାର ସମ୍ଭାବନା । କୋରାପୁଟ, ରାୟଗଡା, ଗଜପତିରେ ପ୍ରଭାବ ରହିବ ଆସନ୍ତା କାଲି । ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ।

୩ ପ୍ରକାର ସମସ୍ୟା ହେବାର ସମ୍ଭାବନା । ପବନ, ଭୂସ୍ଖ୍ଳନ, ବନ୍ୟା । ପବନ ଯୋଗୁଁ ଅଧିକ କ୍ଷୟକ୍ଷତି ହେବ । ଗଛ, ଖୁଣ୍ଟି ଉପୁଡି ପାରେ । ଗଜପତି, ରାୟଗଡା, କୋରାପୁଟରେ ଲ୍ୟାଣ୍ଡ ସ୍ଲାଇଡ୍ ହେବାର ସମ୍ଭାବନା । ନାଗାବଳି, ଋଷିକୂଲ୍ୟା ବଂଶଧାରାରେ ବନ୍ୟା ପାଣି ଆସିପାରେ । ଫ୍ଲାସ୍ ଫ୍ଲଡ୍ ଆସିପାରେ । ସ୍ଥାନାନ୍ତରଣ ପ୍ରକ୍ରିୟା ଆରମ୍ଭ ହୋଇଛି । ଋଷିକୂଲ୍ୟାର ରିଜର୍ଭରରେ ଥିବା ପାଣି ୬୦ ପ୍ରତିଶତକୁ ଖସାଇ ଦିଆଯିବ । ବଡ ବନ୍ୟାର ଆଶଙ୍କା ନାହିଁ । ବଡ ଧରଣର ବନ୍ୟାକୁ ମୁକାବିଲା ପାଇଁ କିଛି ଡ୍ୟାମ ଓ କେନାଲରୁ ପାଣି ନିଷ୍କାସନ କରାଯାଉଛି ।

ସବୁ ଉଦ୍ଧାରକାରୀ ଦଳ ଆଲର୍ଟ ଅଛନ୍ତି । କୋଷ୍ଚଗାର୍ଡ ଓ ନାଭାଲର ସହାୟତା ପାଇଁ ଆଲୋଚନା ହୋଇଛି । ସବୁ ମତ୍ସ୍ୟଜୀବୀ ସମୁଦ୍ରରୁ ଫେରି ଆସିଛନ୍ତି । କେବଳ ପାରଦ୍ବୀପରେ ଗୋଟିଏ ବୋଟ୍ ଖରାପ ଅଛି, କୋଷ୍ଟ ଗାର୍ଡ ଉଦ୍ଧାର କରୁଛି । କଳାହାଣ୍ଡିରେ ଅଧିକ ସତର୍କ ରଖାଯାଇଛି । ଆସନ୍ତା ୨ ଦିନ ପାଇଁ ସ୍କୁଲ ବନ୍ଦ ରହିବ । ମଙ୍ଗଳବାର ଦିନ ସ୍ଥିତି ଦେଖି ସ୍କୁଲ ଖୋଲିବା ପାଇଁ ଜିଲ୍ଲାପାଳ ନିଷ୍ପତ୍ତି ନେବେ । ସମସ୍ୟା ଆସିଲେ ଏସଆରସିଙ୍କ ଅଫିସକୁ ଜଣାଇବେ ।

ଏସଆରସିଙ୍କ ପକ୍ଷରୁ ଅନୁରୋଧ ସେ ଆଜି ସଂଧ୍ୟାରୁ ଆସନ୍ତା କାଲି ୯ଟା ଯାଏଁ କେହି ବାହାରକୁ ଯାଅନ୍ତୁ ନାହିଁ । କଚ୍ଚା ଘରେ ଥିଲେ ପକ୍କା ଘରକୁ ଯାଅନ୍ତୁ । ପାହାଡିଆ ଅଂଚଳରେ ନଦୀ, ନାଳରେ ପାଣି ଫସିବାର ସମ୍ଭାବନା ଅଛି । ତେଣୁ ପାଣି ଥିବା ବେଳେ କେହି ପ୍ରବେଶ କରନ୍ତୁ ନାହିଁ । ଯାତାୟତ କରନ୍ତୁ ନାହିଁ । ଅନୁରୋଧ କଲେ ଏସଆରସି, ସହଯୋଗ କରନ୍ତୁ ।

Get real time updates directly on you device, subscribe now.