ଭୁବନେଶ୍ୱର, (ଓଡିଶା ଭାସ୍କର): ରାଜ୍ୟର ଅଧିକାଂଶ ଜିଲ୍ଲା ଏବେ କରୋନା କବଳରୁ ମୁକ୍ତ ହେବାରେ ଲାଗିଛି । ରାଜ୍ୟରେ କିଛି ଦିନ ଦୈନିକ ସଂକ୍ରମଣ ୫ ଶହ ତଳେ ରହିବା ପରେ ପୁଣି ଥରେ ୬ ଶହ ପାର କରିଥିଲା । ତେବେ ଖୋର୍ଦ୍ଧା ଜିଲ୍ଲାରୁ ଅଧିକାଂଶ ସଂକ୍ରମଣ ଚିହ୍ନଟ ହେଉଥିବା ଜଣାପଡ଼ିଛି । ଜିଲ୍ଲାର ୯୦ ପ୍ରତିଶତ ସଂକ୍ରମଣ ରାଜଧାନୀରୁ ଭୁବନେଶ୍ୱରରୁ ମିଳୁଛି । ରାଜଧାନୀରେ ବ୍ୟାପକ ଟିକାକରଣ, ସଚେତନତା, ଚଢ଼ଉ ପରେ ବି ସଂକ୍ରମଣ କମୁନାହିଁ । ତେବେ ଲୋକମାନେ ଅନ୍ୟ ଜିଲ୍ଲାରୁ ଭୁବନେଶ୍ୱରକୁ ଆସୁଥିବାରୁ ସଂକ୍ରମଣ ବୃଦ୍ଧି ପାଉଥିବା ସ୍ୱାସ୍ଥ୍ୟ ବିଭାଗର ଅଧିକାରୀମାନେ ମତ ଦେଉଛନ୍ତି ।
Covid-19 Report For 27th September
New Positive Cases: 545
Of which 0-18 years: 74
In quarantine: 319
Local contacts: 226(Details of local contacts will be shared by concerned Dist Administration)
District Wise Cases:
1. Angul: 7
2. Balasore: 47
3. Bargarh: 1
4. Bhadrak: 10— I & PR Department, Odisha (@IPR_Odisha) September 28, 2021
ଆଜି ୫୪୫ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୩୧୯ ଓ ସ୍ଥାନୀୟ ଅଞ୍ଚଳରୁ ୨୨୬ ଜଣ ଚିହ୍ନଟ ହୋଇଛନ୍ତି । ଏଥିସହ ୭୪ଜଣ ୧୮ ବର୍ଷରୁ କମ୍ ବୟସର ପିଲା ସଂକ୍ରମିତ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୫ ହଜାର ୩୦୯ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୧୦ ଲକ୍ଷ ୧୧ ହଜାର ୪୮୨ ରହିଥିବା ବେଳେ ୫ ହଜାର ୫୮୭ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୧୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
21. Nawarangpur: 3
22. Puri: 6
23. Rayagada: 3
24. Sambalpur: 3
25. Sonepur: 2
26. Sundargarh: 11
27. State Pool: 50New recoveries: 653
Cumulative tested: 19841897
Positive: 1025309
Recovered: 1011482
Active cases: 5587— I & PR Department, Odisha (@IPR_Odisha) September 28, 2021