ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟର ଅଧିକାଂଶ ଜିଲ୍ଲା ଏବେ କରୋନା କବଳରୁ ମୁକ୍ତ ହେବାରେ ଲାଗିଛି । ରାଜ୍ୟରେ କିଛିଦିନ ଦୈନିକ ସଂକ୍ରମଣ ୫ ଶହ ତଳେ ରହିବା ପରେ ପୁଣି ଥରେ ୬ ଶହ ପାର କରିଥିଲା । ତେବେ ଖୋର୍ଦ୍ଧା ଜିଲ୍ଲାରୁ ଅଧିକାଂଶ ସଂକ୍ରମଣ ଚିହ୍ନଟ ହେଉଥିବା ଜଣାପଡ଼ିଛି। ଜିଲ୍ଲାର ୯୦ ପ୍ରତିଶତ ସଂକ୍ରମଣ ରାଜଧାନୀ ଭୁବନେଶ୍ୱରରୁ ମିଳୁଛି । ରାଜଧାନୀରେ ବ୍ୟାପକ ଟିକାକରଣ, ସଚେତନତା, ଚଢ଼ାଉ ପରେ ବି ସଂକ୍ରମଣ କମୁନାହିଁ । ତେବେ ଲୋକମାନେ ଅନ୍ୟ ଜିଲ୍ଲାରୁ ଭୁବନେଶ୍ୱର ଆସୁଥିବାରୁ ସଂକ୍ରମଣ ବୃଦ୍ଧି ପାଉଥିବା ସ୍ୱାସ୍ଥ୍ୟ ବିଭାଗର ଅଧିକାରୀମାନେ ମତ ଦେଉଛନ୍ତି ।
ଆଜି ୪୦୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୨୩୮ ଓ ସ୍ଥାନୀୟ ଅଞ୍ଚଳରୁ ୧୬୯ ଜଣ ଚିହ୍ନଟ ହୋଇଛନ୍ତି । ଏଥିସହ ୭୪ ଜଣ ୧୮ ବର୍ଷରୁ କମ ବୟସର ପିଲା ସଂକ୍ରମିତ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୮ ହଜାର ୩୬୬ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୧୦ ଲକ୍ଷ ୧୫ ହଜାର ୧୮ ରହିଥିବା ବେଳେ ୫ ହଜାର ୭୫ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୬୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
Covid-19 Report For 3rd October
New Positive Cases: 407
Of which 0-18 years: 74
In quarantine: 238
Local contacts: 169(Details of local contacts will be shared by concerned Dist Administration)
District Wise Cases:
1. Angul: 2
2. Balasore: 16
3. Bargarh: 1
4. Bhadrak: 2— I & PR Department, Odisha (@IPR_Odisha) October 4, 2021
18. Sundargarh: 2
19. State Pool: 39New recoveries: 606
Cumulative tested: 20236945
Positive: 1028366
Recovered: 1015018
Active cases: 5075— I & PR Department, Odisha (@IPR_Odisha) October 4, 2021