fbpx

ଆଉ ୪ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଲେ ରାଜ୍ୟ ସରକାର

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୋଧରେ ଅଣ୍ଟା ଭିଡିଛନ୍ତି ଓଡ଼ିଶା ସରକାର । ଏହାରି ମଧ୍ୟରେ ଆଉ ୪ ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କୁ ଦିଆଯାଇଛି ବାଧ୍ୟତାମୂଳକ ଅବସର । ଦୁର୍ନୀତିଗ୍ରସ୍ତ ଓ ଅପାରଗଙ୍କ ବିରୋଧରେ କଠୋର ଆଭିମୁଖ୍ୟ ଆପଣେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ତେବେ ବାଧ୍ୟତାମୂଳକ ଅବସର ଦିଆଯାଇଥିବା ୪ ଅଧିକାରୀଙ୍କ ମଧ୍ୟରେ ୨ ଜଣ ପ୍ରଶାସନିକ ଅଧିକାରୀ ରହିଛନ୍ତି । ଜଣେ ଜିଲ୍ଲା ସବ ରେଜିଷ୍ଟ୍ରାର ହୋଇଥିବା ବେଳେ ଆଉ ଜଣେ ପୂର୍ବତନ ଜିଲ୍ଲା ମୁଖ୍ୟ ପ୍ରାଣୀସମ୍ପଦ ଅଧିକାରୀ ହୋଇଥିବା ଜଣାପଡିଛି । ବର୍ତ୍ତମାନ ସୁଦ୍ଧା ୧୨୨ ଜଣଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି ।

Get real time updates directly on you device, subscribe now.