ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟର ଅଧିକାଂଶ ଜିଲ୍ଲା ଏବେ କରୋନା କବଳରୁ ମୁକ୍ତ ହେବାରେ ଲାଗିଛି । ରାଜ୍ୟରେ କିଛିଦିନ ଦୈନିକ ସଂକ୍ରମଣ ୫ ଶହ ତଳେ ରହିବା ପରେ ପୁଣି ଥରେ ୬ ଶହ ପାର କରିଥିଲା । ତେବେ ଖୋର୍ଦ୍ଧା ଜିଲ୍ଲାରୁ ଅଧିକାଂଶ ସଂକ୍ରମଣ ଚିହ୍ନଟ ହେଉଥିବା ଜଣାପଡ଼ିଛି । ଜିଲ୍ଲାର ୯୦ ପ୍ରତିଶତ ସଂକ୍ରମଣ ରାଜଧାନୀ ଭୁବନେଶ୍ୱରରୁ ମିଳୁଛି । ରାଜଧାନୀରେ ବ୍ୟାପକ ଟିକାକରଣ, ସଚେତନତା, ଚଢ଼ାଉ ପରେ ବି ସଂକ୍ରମଣ କମୁନାହିଁ । ତେବେ ଲୋକମାନେ ଅନ୍ୟ ଜିଲ୍ଲାରୁ ଭୁବନେଶ୍ୱର ଆସୁଥିବାରୁ ସଂକ୍ରମଣ ବୃଦ୍ଧି ପାଉଥିବା ସ୍ୱାସ୍ଥ୍ୟ ବିଭାଗର ଅଧିକାରୀମାନେ ମତ ଦେଉଛନ୍ତି ।
Covid-19 Report For 5th October
New Positive Cases: 593
Of which 0-18 years: 80
In quarantine: 346
Local contacts: 247(Details of local contacts will be shared by concerned Dist Administration)
District Wise Cases:
1. Angul: 4
2. Balasore: 11
3. Bargarh: 1
4. Bhadrak: 4— I & PR Department, Odisha (@IPR_Odisha) October 6, 2021
ଆଜି ୫୯୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୩୪୬ ଓ ସ୍ଥାନୀୟ ଅଞ୍ଚଳରୁ ୨୪୭ ଜଣ ଚିହ୍ନଟ ହୋଇଛନ୍ତି । ଏଥିସହ ୮୦ ଜଣ ୧୮ ବର୍ଷରୁ କମ ବୟସର ପିଲା ସଂକ୍ରମିତ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୯ ହଜାର ୪୧୨ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୧୦ ଲକ୍ଷ ୧୬ ହଜାର ୧୬୫ ରହିଥିବା ବେଳେ ୪ ହଜାର ୯୬୭ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୯୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
22. Sundargarh: 8
23. State Pool: 66New recoveries: 557
Cumulative tested: 20366917
Positive: 1029412
Recovered: 1016165
Active cases: 4967— I & PR Department, Odisha (@IPR_Odisha) October 6, 2021