fbpx

୧୦ ସୁଦ୍ଧା ଆଉ ଏକ ଲଘୁଚାପ ! ଆସନ୍ତା ୨୪ ଘଣ୍ଟା ମଧ୍ୟରେ କାଳବୈଶାଖୀ ସହିତ ବଜ୍ରପାତ ସମ୍ଭାବନା, ବର୍ଷାରେ ଭିଜିବ ପାର୍ବଣ

ଭୁବନେଶ୍ୱର,(ଭାସ୍କର ନ୍ୟୁଜ୍‌): ଚଳିତ ମାସ ୧୦ ତାରିଖ ବେଳକୁ ଆଣ୍ଡାମାନ ସାଗରରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାକ୍ରମେ ଘନୀଭୂତ ହୋଇ ପଶ୍ଚିମ ଉତ୍ତରପଶ୍ଚିମ ଦିଗକୁ ଗତି କରି ଆଗାମୀ ୪ ରୁ ୫ ଦିନ ମଧ୍ୟରେ ଦକ୍ଷିଣ ଓଡ଼ିଶା ଏବଂ ଉତ୍ତର ଉପକୂଳ ଆନ୍ଧ୍ର ପ୍ରଦେଶ ଆଡ଼କୁ ଗତି କରିବ । ଭୁବନେଶ୍ୱର ଆଞ୍ଚଳିକ ପାଣିାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି ।

ଆଞ୍ଚଳିକ ପାଣିାଗ କେନ୍ଦ୍ରର ସୂଚନା ଅନୁଯାୟୀ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ଜିଲ୍ଲାରେ କାଳବୈଶାଖୀ ସହିତ ବଜ୍ରପାତ ସମ୍ଭାବନା ରହିଛି । ତେଣୁ ସୁନ୍ଦରଗଡ଼, ଦେବଗଡ଼, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ନୟାଗଡ଼ ଓ କନ୍ଧମାଳ ଆଦି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ୮ରୁ ୯ ତାରିଖ ମଧ୍ୟରେ କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଗଜପତି ଓ ଗଞ୍ଜାମ ଆଦି ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଛି ।

Get real time updates directly on you device, subscribe now.