fbpx

ଖଜୁରିଡିହା ନିକଟରେ ଭାରସାମ୍ୟ ହରାଇ ଓଲଟିଲା ଅଟୋ: ଜଣେ ମୃତ, ୩ ଆହତ

କେନ୍ଦୁଝର(ଭାସ୍କର ନ୍ୟୁଜ୍‌): ଭାରସାମ୍ୟ ହରାଇ ଓଲଟିଲା ଅଟୋ । ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୬ଜଣ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । କେନ୍ଦୁଝର ଜିଲ୍ଲା ପାଟଣା ଥାନା ୨୨୦ନମ୍ବର ଜାତୀୟ ରାଜପଥ ଖଜୁରିଡିହା ନିକଟରେ ଘଟିଛି ଦୁର୍ଘଟଣା ।

ଖବର ଅନୁଯାୟୀ, ଅଟୋଟି ସାହାରପଡାପଟରୁ ପାଟଣା ଅଭିମୁଖେ ଯାଉଥିଲା । ଠିକ୍‌ ଏହି ସମୟରେ ରାସ୍ତାରେ ଏକ ବଳଦକୁ ବଞ୍ଚାଇବାକୁ ଯାଇ ଅଟୋଟି ଭାରସାମ୍ୟ ହରାଇ ଓଲଟି ପଡିଥିଲା । ଯାହାଫଳରେ କି ଗାଡ଼ିରେ ଥିବା ଜଣ ବୃଦ୍ଧାଙ୍କ ମୃତ୍ୟୁ ହୋଇଯାଇଛି । ମୃତକଙ୍କ ପରିଚୟ ମିଳିନଥିବା ବେଳେ ସମସ୍ତ ଆହତଙ୍କୁ ଉଦ୍ଧାର କରି ୧୦୮ ଆମ୍ବୁଲାନ୍ସ ଯୋଗେ କରଞ୍ଜିଆ ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ଆହତଙ୍କ ମଧ୍ୟରୁ ୩ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି । ତେବେ ଦୁର୍ଘଟଣା ପରେ ଘଟଣାସ୍ଥଳରୁ ଅଟୋ ଚାଳକ ଫେରାର ହୋଇଯାଇଛନ୍ତି ।

Get real time updates directly on you device, subscribe now.