fbpx

୧୦ରେ ଆସୁଛି ଲଘୁଚାପ ! ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୧୧ ଜିଲ୍ଲାରେ ବଜ୍ରପାତ ସହ ପ୍ରବଳ ବର୍ଷା ସମ୍ଭାବନା, ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର (ଭାସ୍କର ନ୍ୟୁଜ୍‌) : ଆସନ୍ତା ଅକ୍ଟୋବର ୧୦ ତାରିଖରେ ଉତ୍ତର ଆଣ୍ଡାମାନ ସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ସୃଷ୍ଟି ହେବି । ଏହି ଲଘୁଚାପ କ୍ଷେତ୍ରଟି ଅଧିକ ଘନୀଭୂତ ହେବା ସହ ପଶ୍ଚିମ ଉତର-ପଶ୍ଚିମ ଦିଗକୁ ଗତି କରିବା ସହ ଆଗାମୀ ୩ରୁ ୪ ଦିନ ମଧ୍ୟରେ ଦକ୍ଷିଣ ଓଡ଼ିଶା ଏବଂ ଉତର ଉପକୂଳ ଆନ୍ଧ୍ର ପ୍ରଦେଶ ଉପକୂଳ ଦେଇ ସ୍ଥଳଭାଗ ଅତିକ୍ରମ କରିବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଏବେ ଉତ୍ତର-ପୂର୍ବ ଦିଗରେ ସମୁଦ୍ର ପତନ ଠାରୁ ୩.୧ କିଲୋମିଟର ଉଚ୍ଚତାରେ ଏକ ଟ୍ରଫ୍‌ ଲାଇନ୍‌ ସୃଷ୍ଟି ହୋଇଛି । ଏହି ଟ୍ରଫ୍‌ ଲାଇନ୍‌ ପ୍ରଭାବରେ ଆସନ୍ତା ୨ ଦିନ ପର୍ଯ୍ୟନ୍ତ ରାଜ୍ୟର ବହୁ ଜିଲ୍ଲାରେ ବର୍ଷା ସହ ବିଜୁଳି ଓ ଘଡ଼ଘଡ଼ିର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି ।

ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନା ଅନୁଯାୟୀ ଆସନ୍ତା ୨୪ ଘଂଟା ମଧ୍ୟରେ ରାଜ୍ୟର ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ଗଜପତି, ଗଞ୍ଜାମ, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବାରୁ ଏହି ସମସ୍ତ ଜିଲ୍ଲା ଗୁଡ଼ିକ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର ।

Get real time updates directly on you device, subscribe now.