fbpx

ହବିଷିଆଳିଙ୍କୁ ପୁରୀ ମନା, ଜାଣନ୍ତୁ କାହିଁକି

ପୁରୀ(ଓଡ଼ିଶା ଭାସ୍କର): କୋଭିଡ ଦୃଷ୍ଟିରୁ କାର୍ତ୍ତିକ ମାସରେ ହବିଷିଆଳିଙ୍କୁ ପୁରୀ ମନା ହୋଇଛି । ହବିଷିଆଳିଙ୍କୁ ପୁରୀ ମନା ନେଇ ଶ୍ରୀମନ୍ଦିର ପ୍ରଶାସନ ନିଷ୍ପତ୍ତି ନେଇଛି । ରବିବାର ସହିତ ନଭେମ୍ବର ୪,୧୬ ଓ ୧୯ ତାରିଖରେ ଶ୍ରୀମନ୍ଦିର ବନ୍ଦ ରହିବ । କିନ୍ତୁ କୁମାର ପୂର୍ଣ୍ଣିମାରେ ଶ୍ରୀମନ୍ଦିର ଖୋଲା ରହିବ । ନଭେମ୍ବର ୧୮ ତାରିଖରୁ ହେରିଟେଜ କରିଡର କାମ ଆରମ୍ଭ ହେବ ବୋଲି କୁହାଯାଇଛି ।

ତେବେ ରାଜ୍ୟର ଅଧିକାଂଶ ଜିଲ୍ଲା ଏବେ କରୋନା କବଳରୁ ମୁକ୍ତ ହେବାରେ ଲାଗିଛି । ରାଜ୍ୟରେ କିଛିଦିନ ଦୈନିକ ସଂକ୍ରମଣ ୫ ଶହ ତଳେ ରହିବା ପରେ ପୁଣି ଥରେ ୬ ଶହ ପାର କରିଥିଲା । କିନ୍ତୁ ଖୋର୍ଦ୍ଧା ଜିଲ୍ଲାରୁ ଅଧିକାଂଶ ସଂକ୍ରମଣ ଚିହ୍ନଟ ହେଉଥିବା ଜଣାପଡ଼ିଛି । ଜିଲ୍ଲାର ୯୦ ପ୍ରତିଶତ ସଂକ୍ରମଣ ରାଜଧାନୀ ଭୁବନେଶ୍ୱରରୁ ମିଳୁଛି । ରାଜଧାନୀରେ ବ୍ୟାପକ ଟିକାକରଣ, ସଚେତନତା, ଚଢ଼ାଉ ପରେ ବି ସଂକ୍ରମଣ କମୁନାହିଁ । ତେବେ ଲୋକମାନେ ଅନ୍ୟ ଜିଲ୍ଲାରୁ ଭୁବନେଶ୍ୱର ଆସୁଥିବାରୁ ସଂକ୍ରମଣ ବୃଦ୍ଧି ପାଉଥିବା ସ୍ୱାସ୍ଥ୍ୟ ବିଭାଗର ଅଧିକାରୀମାନେ ମତ ଦେଉଛନ୍ତି । ଆଜି ୪୪୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୨୫୯ ଓ ସ୍ଥାନୀୟ ଅଞ୍ଚଳରୁ ୧୮୯ ଜଣ ଚିହ୍ନଟ ହୋଇଛନ୍ତି । ଏଥିସହ ୫୯ ଜଣ ୧୮ ବର୍ଷରୁ କମ ବୟସର ପିଲା ସଂକ୍ରମିତ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୨ ହଜାର ୧୪୪ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୧୦ ଲକ୍ଷ ୧୮ ହଜାର ୭୪୯ ରହିଥିବା ବେଳେ ୫ ହଜାର ୮୭ ଜଣ ଚିକିତ୍ସିତ ହେଉଛନ୍ତି । ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୦୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।

Get real time updates directly on you device, subscribe now.