ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟର ଅଧିକାଂଶ ଜିଲ୍ଲା ଏବେ କରୋନା କବଳରୁ ମୁକ୍ତ ହେବାରେ ଲାଗିଛି । ରାଜ୍ୟରେ କିଛିଦିନ ଦୈନିକ ସଂକ୍ରମଣ ୫ ଶହ ତଳେ ରହିବା ପରେ ପୁଣି ଥରେ ୬ ଶହ ପାର କରିଥିଲା । ତେବେ ଖୋର୍ଦ୍ଧା ଜିଲ୍ଲାରୁ ଅଧିକାଂଶ ସଂକ୍ରମଣ ଚିହ୍ନଟ ହେଉଥିବା ଜଣାପଡ଼ିଛି । ଜିଲ୍ଲାର ୯୦ ପ୍ରତିଶତ ସଂକ୍ରମଣ ରାଜଧାନୀ ଭୁବନେଶ୍ୱରରୁ ମିଳୁଛି । ରାଜଧାନୀରେ ବ୍ୟାପକ ଟିକାକରଣ, ସଚେତନତା, ଚଢ଼ାଉ ପରେ ବି ସଂକ୍ରମଣ କମୁନାହିଁ । ତେବେ ଲୋକମାନେ ଅନ୍ୟ ଜିଲ୍ଲାରୁ ଭୁବନେଶ୍ୱର ଆସୁଥିବାରୁ ସଂକ୍ରମଣ ବୃଦ୍ଧି ପାଉଥିବା ସ୍ୱାସ୍ଥ୍ୟ ବିଭାଗର ଅଧିକାରୀମାନେ ମତ ଦେଉଛନ୍ତି ।
ଆଜି ୪୨୫ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୨୪୯ ଓ ସ୍ଥାନୀୟ ଅଞ୍ଚଳରୁ ୧୭୬ ଜଣ ଚିହ୍ନଟ ହୋଇଛନ୍ତି । ଏଥିସହ ୭୧ ଜଣ ୧୮ ବର୍ଷରୁ କମ ବୟସର ପିଲା ସଂକ୍ରମିତ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୮ ହଜାର ୮୩୬ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୧୦ ଲକ୍ଷ ୨୫ ହଜାର ୯୧୭ ରହିଥିବା ବେଳେ ୪ ହଜାର ୫୫୪ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୨୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
Covid-19 Report For 24th October
New Positive Cases: 425
Of which 0-18 years: 71
In quarantine: 249
Local contacts: 176(Details of local contacts will be shared by concerned Dist Administration)
1. Angul: 2
2. Balasore: 15
3. Bhadrak: 11
4. Cuttack: 40
5. Deogarh: 6— I & PR Department, Odisha (@IPR_Odisha) October 25, 2021
ତେବେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୮୩୧୨କୁ ବୃଦ୍ଧି ପାଇଛି । କେନ୍ଦୁଝର, ଭଦ୍ରକ ଓ ମୟୂରଭଞ୍ଜ ଜିଲ୍ଲାରୁ ଜଣେ ଲେଖାଏଁ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
23. Sundargarh: 3
24. State Pool: 45New recoveries: 410
Cumulative tested: 21585133
Positive: 1038836
Recovered: 1025917
Active cases: 4554— I & PR Department, Odisha (@IPR_Odisha) October 25, 2021