fbpx

ପୁରୀ ଚାଷୀଙ୍କୁ କାଳିଆ ଟଙ୍କା, ଜାଣନ୍ତୁ କେତେ ସହାୟତା ଦେବେ ମୁଖ୍ୟମନ୍ତ୍ରୀ

ପୁରୀ(ଓଡ଼ିଶା ଭାସ୍କର): ପୁରୀ ଜିଲ୍ଲାର ଚାଷୀମାନଙ୍କ ପାଇଁ କାଳିଆ ଟଙ୍କା ଘୋଷଣା ହୋଇଛି । ଚାଷୀଙ୍କ ପାଇଁ ୩୩ କୋଟି ଟଙ୍କାର ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଜିଲ୍ଲାର ୧ ଲକ୍ଷ ୬୫ ହଜାର ଚାଷୀ ଉପକୃତ ହେବେ । ସିଧାସଳଖ ଚାଷୀଙ୍କ ଆକାଉଣ୍ଟରେ ଜମା ହେବ ୨ ହଜାର ଲେଖାଏଁ ଟଙ୍କା । ସେପ୍ଟେମ୍ବରରେ ପୁରୀକୁ ଛାଡ଼ି ସାରା ରାଜ୍ୟର ଚାଷୀଙ୍କୁ କାଳିଆ ଟଙ୍କା ମିଳିଥିଲା । ପିପିଲି ଉପନିର୍ବାଚନ ପାଇଁ ପୁରୀ ଜିଲ୍ଲାର ଚାଷୀଙ୍କୁ ସହାୟତା ମିଳିନଥିଲା ।

ସୂଚନାଯୋଗ୍ୟ ଯେ ସେପ୍ଟେମ୍ବର ୧୧ ତାରିଖରେ ମୁଖ୍ୟମନ୍ତ୍ରୀ ସାରା ରାଜ୍ୟର ୩୭,୧୨,୯୪୧ ଜଣ ଚାଷୀଙ୍କୁ ୭୪୨.୫୮ କୋଟି ଟଙ୍କାର କାଳିଆ ସହାୟତା ବଣ୍ଟନ କରିଥିଲେ । ପିପିଲି ଉପନିର୍ବାଚନ ପାଇଁ ପୁରୀ ଜିଲ୍ଲାର ଚାଷୀ ମାନଙ୍କୁ ଏହି ସହାୟତା ପ୍ରଦାନ କରାଯାଇପାରି ନ ଥିଲା । ରାଜ୍ୟର କ୍ଷୁଦ୍ର, ନାମମାତ୍ର ଓ ଭୂମିହୀନ ଚାଷୀ ପରିବାରମାନଙ୍କୁ କୃଷି କାର୍ଯ୍ୟରେ ସହାୟତା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ କାଳିଆ ଯୋଜନା କାର୍ଯ୍ୟକାରୀ କରିଛନ୍ତି । ସାରା ଦେଶରେ ଚାଷମାନଙ୍କ କଲ୍ୟାଣ ପାଇଁ ଏହା ଏକ ଯୁଗାନ୍ତକାରୀ ପଦକ୍ଷେପ ।ଏଥିରେ ଚାଷୀମାନେ ବିଭିନ୍ନ କୃଷିସାମଗ୍ରୀ ଯଥା – ବିହନ, ସାର ତଥା କୀଟନାଶକ ଓ କୃଷି ଯନ୍ତ୍ରପାତି କିଣିବା ପାଇଁ ଆନୁସଂଗିକ ଆର୍ଥିକ ସୁବିଧା ପାଇପାରୁଛନ୍ତି। ସେହିପରି ଭୂମିହୀନ କୃଷି ପରିବାରମାନେ ମଧ୍ୟ ରୋଜଗାର ବୃଦ୍ଧି ପାଇଁ ବିଭିନ୍ନ ଆନୁସଂଗିକ କୃଷି କାର୍ଯ୍ୟ କରିପାରୁଛନ୍ତି ।

Get real time updates directly on you device, subscribe now.