fbpx

ମମିତା ମେହେର ହତ୍ୟା ମାମଲା: ଆଜି ୧୨ ଘଣ୍ଟିଆ ଗଜପତି ବନ୍ଦ

ପାରଳାଖେମୁଣ୍ଡି, (ଭାସ୍କର ନ୍ୟୁଜ୍‌): କଳାହାଣ୍ଡି ଜିଲ୍ଲା ମହାଲିଙ୍ଗ ସନ୍‌ସାଇନ୍‌ ପବ୍ଲିକ୍‌ ସ୍କୁଲ୍‌ ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟା ମାମଲାରେ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ଇସ୍ତଫା ଦାବିରେ ଶନିବାର ବିଜେପି ପକ୍ଷରୁ ୧୨ ଘଣ୍ଟିଆ ଗଜପତି ଜିଲ୍ଲା ବନ୍ଦ ଡାକରା ଦିଆଯାଇଛି । ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଏହି ବନ୍ଦ ପାଳନ ହେବ । ପାରଳାଖେମୁଣ୍ଡି ବିଧାୟକ କେ. ନାରାୟଣ ରାଓ ସାମ୍ବାଦିକ ସମ୍ମିଳନୀ କରି ଏହି ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ ମମିତା ମେହେର ହତ୍ୟାକାଣ୍ଡରେ ମନ୍ତ୍ରୀଙ୍କ ସମ୍ପୃକ୍ତି ରହିଥିଲେ ବି ସରକାର ତାଙ୍କୁ ଘଣ୍ଟ ଘୋଡ଼ାଉଛନ୍ତି । ତେଣୁ ଶନିବାର ଗଜପତିରେ ବନ୍ଦ ପାଳନରେ ସହଯୋଗ କରିବାକୁ ସେ ଜନସାଧାରଣଙ୍କୁ ନିବେଦନ କରିଛନ୍ତି ।

Get real time updates directly on you device, subscribe now.