fbpx

ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ଗାଡ଼ିକୁ ଅଣ୍ଡାମାଡ଼, ସାଙ୍ଗରେ ଥିଲେ ବିଜେଡି ସାଙ୍ଗଠନିକ ସମ୍ପାଦକ

ଜୁନାଗଡ଼(ଓଡ଼ିଶା ଭାସ୍କର): କଳାହାଣ୍ଡି ମହାଲିଙ୍ଗ ସନସାଇନ୍ ପବ୍ଲିକ୍ ସ୍କୁଲ ଶିକ୍ଷୟତ୍ରୀ ମମିତା ମେହେର ହତ୍ୟା ଘଟଣାରେ ରାଜନୀତି ତୀବ୍ର ହେବାରେ ଲାଗିଛି । ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ଉପରେ ଟାର୍ଗେଟ କରାଯାଉଥିବା ବେଳେ ସାମ୍ନାକୁ ଆସିଛି ଆଉ ଏକ ଘଟଣା । ଜୁନାଗଡ଼ରେ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ଗାଡ଼ିକୁ ଅଣ୍ଡାମାଡ଼ କରାଯାଇଛି । ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ଦାସଙ୍କ ସହିତ ଯିବା ବେଳେ ମନ୍ତ୍ରୀଙ୍କ ଗାଡ଼ି ଉପରକୁ ଅଣ୍ଡାମାଡ଼ ହୋଇଛି ।

ଉଭୟେ ଦଳୀୟ କାର୍ଯ୍ୟକ୍ରମରେ ଯୋଗଦେବାକୁ ଯାଉଥିବା ବେଳେ କଲେଜ ଛକରେ ସେମାନଙ୍କ ଗାଡ଼ି ଉପରକୁ ଅଣ୍ଡାମାଡ଼ କରାଯାଇଥିଲା । ଅଣ୍ଡାମାଡ଼ ସହ କଳାପତାକା ଦେଖାଇ ବିରୋଧ ପ୍ରଦର୍ଶନ କରିଥିଲେ ବିଜେପି କର୍ମୀ । ଫଳରେ ବିଜେଡି-ବିଜେପି କର୍ମୀ ମୁହାଁମୁହିଁ ହୋଇଥିଲେ ବୋଲି ସୂଚନା ମିଳିଛି ।

Get real time updates directly on you device, subscribe now.