fbpx

ଆଗାମୀ ୩୬ ଘଣ୍ଟା ମଧ୍ୟ ଡିପ୍ରେସନ୍‌ର ରୂପ ନେବ ଲଘୁଚାପ, ୧୧ରେ ସ୍ଥଳଭାଗ ଛୁଇଁବ

ନୂଆଦିଲ୍ଲୀ/ଭୁବନେଶ୍ୱର, (ଭାସ୍କର ନ୍ୟୁଜ୍‌): ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଲଘୁଚାପର ରୂନେଇଛି ସୃଷ୍ଟ ଘୂର୍ଣ୍ଣିବଳୟ । ଏନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଏହି ଲଘୁଚାପ ଆଗାମୀ ୩୬ ଘଣ୍ଟା ମଧ୍ୟରେ ଏହା ଅବପାତ ବା ଡିପ୍ରେସନ୍‌ରେ ପରିଣତ ହେବାର ସମ୍ଭାବନା ରହିଛି । ୧୧ ତାରିଖ  ସୁଦ୍ଧା ଏହା ତାମିଲନାଡ଼ୁ ଉପକୂଳକୁ ଛୁଇଁବ । ଫଳରେ ତାମିଲନାଡ଼ୁ ଉପକୂଳରେ ପ୍ରବଳ ବର୍ଷା ଆରମ୍ଭ ହୋଇଯାଇଛି ।

ଗତ କିଛି ଦିନ ହେବ ସେଠାରେ ପ୍ରବଳ ବର୍ଷା ଯୋଗୁଁ ସ୍ଥିତି ସଙ୍ଗୀନ ହୋଇପଡ଼ିଥିବା ବେଳେ ୫ଜଣ ପ୍ରାଣ ହରାଇଛନ୍ତି । ପୁଣି ଲଘୁଚାପ ଜନିତ ବର୍ଷା ତାମିଲନାଡ଼ୁବାସୀଙ୍କ ପାଇଁ ଚିନ୍ତା ବଢ଼ାଇ ଦେଇଛି । ଆଗକୁ ସ୍ଥିତି ଆହୁରି ବିଗିଡ଼ିବାର ଆଶଙ୍କା ବ୍ୟକ୍ତ କରାଯାଉଛି । ଏହାକୁ ଦୃଷ୍ଟିରେ ରଖି ରାଜ୍ୟର ଉପକୂଳବର୍ତ୍ତୀ ଜିଲ୍ଲାରେ ଏନଡିଆରଏଫ ମୁତୟନ କରାଯାଇଛି ।

ମୁଖ୍ୟମନ୍ତ୍ରୀ ଏମକେ ଷ୍ଟାଲିନ ଏକ ଉଚ୍ଚସ୍ତରୀୟ ବୈଠକରେ ସ୍ଥିତିର ସମୀକ୍ଷା କରିଛନ୍ତି । ତଳୁଆ ଅଞ୍ଚଳରୁ ଲୋକମାନଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତରୀତ କରାଯାଉଛି । ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ନଯିବାକୁ କୁହାଯାଇଛି । ସେହି ରି ଏହି ଲଘୁଚାପ ପ୍ରଭାବରେ କେରଳ, ଆନ୍ଧ୍ରପ୍ରଦେଶ ଓ ପୁଡ଼ୁଚେରୀରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ।

ଏହି ଲଘୁଚାପ ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିାଗ କେନ୍ଦ୍ର ପକ୍ଷରୁ ମଧ୍ୟ ସୂଚନା ଦିଆଯାଇଛି । ତେବେ ଲଘୁଚାପର ପ୍ରଭାବ ଓଡିଶା ଉପରେ ବିଶେଷ ପଡିବ ନାହିଁ । ଆଗାମୀ ଦୁଇ ଦିନ ଯାଏଁ ପାଗ ମୁଖ୍ୟତଃ ଶୁଖିଲା ରହିବ । ଲଘୁଚାପ ପ୍ରଭାବରେ ପୂର୍ବ ଦିଗରୁ ଉଷ୍ମ ଏବଂ ଆଦ୍ର ବାୟୁ ଓଡ଼ିଶା ମଧ୍ୟକୁ ପ୍ରବେଶ କରିବ । ଫଳରେ ରାତିର ତାପମାତ୍ରା ସାମାନ୍ୟ ବୃଦ୍ଧି ହେବା ସମ୍ଭାବନା ରହିଛି ।

Get real time updates directly on you device, subscribe now.