ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଆସୁଛି ଆଉ ଏକ ଲଘୁଚାପ । ଏହାର ପ୍ରଭାଵରେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ବଳୟ ଆଜି ଲଘୁଚାପରେ ପରିଣତ ହୋଇଛି । ଆସନ୍ତା ୬ ଘଣ୍ଟା ଅର୍ଥାତ ବୁଧବାର ରାତିରେ ଏହା ଅବପାତରେ ପରିଣତ ହୋଇ ତାମିଲନାଡ଼ୁ ମୁହାଁ ହେଉଛି । ୧୧ ତାରିଖ ସନ୍ଧ୍ୟା ବେଳକୁ ଏହା ଉତ୍ତର ତାମିଲନାଡୁ ଓ ଦକ୍ଷିଣ ଆନ୍ଧ୍ର ପ୍ରଦେଶ ସଂଲଗ୍ନ କରାଇକଲ ଓ ଶ୍ରୀହରିକୋଟା ମଧ୍ୟରେ ସ୍ଥଳ ଭାଗକୁ ସ୍ପର୍ଶ କରିବ । ୧୪ ଓ ୧୫ ତାରିଖରେ ଦକ୍ଷିଣ ଓଡ଼ିଶାରେ ବର୍ଷା ବଢ଼ିବା ସହ ଉପକୂଳରେ ହାଲୁକା ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। ବିଶେଷକରି ଗଜପତି, ଗଞ୍ଜାମ, କୋରାପୁଟ, ମାଲକାନଗିରି, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ବଲାଙ୍ଗୀର, ପୁରୀ ଜିଲ୍ଲାର କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବ ।