fbpx

ପୁଣି ରାଜ୍ୟରୁ ଚିହ୍ନଟ ହେଲେ ୨୭୧ ପଜିଟିଭ୍, ୨ ମୃତ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟର ଅଧିକାଂଶ ଜିଲ୍ଲା ଏବେ କରୋନା କବଳରୁ ମୁକ୍ତ ହେବାରେ ଲାଗିଛି । କିନ୍ତୁ ରାଜଧାନୀରେ ବ୍ୟାପକ ଟିକାକରଣ, ସଚେତନତା, ଚଢ଼ାଉ ପରେ ବି ସଂକ୍ରମଣ କମୁନାହିଁ । ତେବେ ଲୋକମାନେ ଅନ୍ୟ ଜିଲ୍ଲାରୁ ଭୁବନେଶ୍ୱର ଆସୁଥିବାରୁ ସଂକ୍ରମଣ ବୃଦ୍ଧି ପାଉଥିବା ସ୍ୱାସ୍ଥ୍ୟ ବିଭାଗର ଅଧିକାରୀମାନେ ମତ ଦେଉଛନ୍ତି । ଆଜି ୨୭୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୧୫୮ ଓ ସ୍ଥାନୀୟ ଅଞ୍ଚଳରୁ ୧୧୩ ଜଣ ଚିହ୍ନଟ ହୋଇଛନ୍ତି । ଏଥିସହ ୬୦ ଜଣ ୧୮ ବର୍ଷରୁ କମ ବୟସର ପିଲା ସଂକ୍ରମିତ ହୋଇଛନ୍ତି ।

ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୪୪ ହଜାର ୬୯୯ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୧୦ ଲକ୍ଷ ୩୩ ହଜାର ୩୪୪ ରହିଥିବା ବେଳେ ୨ ହଜାର ୯୩୨ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୧୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୮୩୭୦କୁ ବୃଦ୍ଧି ପାଇଛି । ଭୁବନେଶ୍ୱର ଓ ଭଦ୍ରକରୁ ଜଣେ ଲେଖାଏଁ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.