fbpx

୧୩ରେ ଆସୁଛି ଆଉ ଏକ ଲଘୁଚାପ, ବିଭିନ୍ନ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା

ଭୁବନେଶ୍ୱର(ଭାସ୍କର ନ୍ୟୁଜ୍‌): ଦକ୍ଷିଣପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଅବପାତ ପ୍ରଭାବରେ ଦକ୍ଷିଣ ଭାରତର ବିଭିନ୍ନ ରାଜ୍ୟରେ ବର୍ଷା ଜାରି ରହିଛି । ଓଡିଶା ଉପରେ ଏହାର ସିଧାସଳଖ ପ୍ରଭାବ ପଡୁ ନଥିଲେ ହେଁ ରାଜ୍ୟରେ ୧୨ରୁ ୧୬ ତାରିଖ ପର୍ଯ୍ୟନ୍ତ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ରାଜଧାନୀ ଭୁବନେଶ୍ୱରରେ ମଧ୍ୟ ପାଗ କୋହଲା ରହିବା ସହିତ ସାମାନ୍ୟ ବର୍ଷା ହେବାର ଆଶଙ୍କା ରହିଛି ।

ଅପରପକ୍ଷରେ ଆସନ୍ତା ୧୩ ତାରିଖ ସୁଦ୍ଧା ଦକ୍ଷିଣ ଆଣ୍ଡାମାନରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହି ଲଘୁଚାପ ଏହାର ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ପଶ୍ଚିମ ଉତ୍ତର ଆଡକୁ ଗତି କରି ଅବପାତର ରୂପ ନେଇପାରେ ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ପାଣିପାଗ ବିଶେଷଜ୍ଞ ଉମାଶଙ୍କର ଦାସ କହିଛନ୍ତି ଅବପାତ ପ୍ରଭାବରେ ଶୁକ୍ରବାରଠାରୁ ୧୫ ତାରିଖ ଭିତରେ ଗଞ୍ଜାମ, ଗଜପତି, ରାୟଗଡ଼ା, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୟାଗଡ଼, କଟକ, ଖୋର୍ଦ୍ଧା, ଜଗତସିଂହପୁର, ଢେଙ୍କାନାଳ, କେନ୍ଦ୍ରାପଡ଼ା, ଯାଜପୁର, ପୁରୀ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ।

Get real time updates directly on you device, subscribe now.