fbpx

ଏନକାଉଣ୍ଟରରେ ଟଳିଲେ ୨ ଆତଙ୍କବାଦୀ

ଜାମ୍ମୁ: ଜାମ୍ମୁ କାଶ୍ମୀରରେ ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ଟଳିଛନ୍ତି ୨ ଆତଙ୍କବାଦୀ । ଶ୍ରୀନଗର ଓ କୁଲଗାମ ଅଞ୍ଚଳରେ ଏନକାଉଣ୍ଟର କରିଛନ୍ତି ସୁରକ୍ଷାକର୍ମୀ । କୁଲଗାମ ଏନକାଉଣ୍ଟରରେ ବିପୁଳ ବିସ୍ଫୋରକ ଜବତ ହୋଇଥିବା ବେଳେ ଏବେବି ସର୍ଚ୍ଚ ଅପରେସନ ଜାରି ରହିଛି । ମିଳିଥିବା ସୂଚନା ମୁତାବକ, ସେହି ଅଞ୍ଚଳରେ ସର୍ଚ୍ଚ ଅପରେସନ ଚାଲିଥିବା ବେଳେ ଲୁଚି ରହିଥିବା ଆତଙ୍କବାଦୀମାନେ ଗୁଳିବର୍ଷା କରିଥିଲେ । ଏହାର ଜବାବ ଦେବାକୁ ଯାଇ ସୁରକ୍ଷାକର୍ମୀଙ୍କ ପକ୍ଷରୁ ପାଲଟା ଗୁଳି ଚାଳନା ହୋଇଥିଲା ।

Get real time updates directly on you device, subscribe now.