fbpx

ଜିଲ୍ଲା କଂଗ୍ରେସ ପକ୍ଷରୁ ଛଅ ଘଣ୍ଟିଆ ବନ୍ଦ ଡାକରା

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟରେ ନାରୀ ନିର୍ଯାତନା ଓ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇ ପଡ଼ିଛି । ଏହା ବିରୋଧରେ କେନ୍ଦୁଝର ଜିଲ୍ଲା କଂଗ୍ରେସ ପକ୍ଷରୁ ଛଅ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି । କଳାହାଣ୍ଡି ଜିଲ୍ଲା ମହାଲିଙ୍ଗ ସନସାଇନ୍ ପବ୍ଲିକ ସ୍କୁଲ ଶିକ୍ଷୟିତ୍ରୀ ମମିତା ମେହେରା ହତ୍ୟାକାଣ୍ଡର ନ୍ୟାୟ ଏପର୍ଯ୍ୟନ୍ତ ମିଳିନାହିଁ । କଂଗ୍ରେସ ପକ୍ଷରୁ ଏହି ମାମଲାରେ ସମ୍ପୃକ୍ତ ଥିବା ରାଷ୍ଟ୍ର ଗୃହମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ବହିଷ୍କାର ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଇସ୍ତଫା ଦାବି କରାଯାଇଛି । ଜିଲ୍ଲା କଂଗ୍ରେସ ସଭାପତି ବିପ୍ଲବ ମିଶ୍ରଙ୍କ ନେତୃତ୍ୱରେ ଶତାଧିକ କର୍ମୀ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିବା ସହ ମୁଖ୍ୟମନ୍ତ୍ରୀ ଓ ଗୃହମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ କରିଥିଲେ । ଗୃହମନ୍ତ୍ରୀଙ୍କ ବହିଷ୍କାର ସହ ମମିତାଙ୍କୁ ନ୍ୟାୟ ନମିଳିବା ପର୍ଯ୍ୟନ୍ତ କଂଗ୍ରେସ ପକ୍ଷରୁ ଆନ୍ଦୋଳନ ଜାରି ରହିବ ବୋଲି ଜିଲ୍ଲା କଂଗ୍ରେସ ସଭାପତି ଶ୍ରୀ ମିଶ୍ର କହିଛନ୍ତି ।

ସୂଚନାଯୋଗ୍ୟ ଯେ, ମମିତା ମେହେରଙ୍କ ହତ୍ୟାକାଣ୍ଡକୁ ଅନେକ ଦିନ ବିତିଯାଇଥିଲେ ହେଁ ଏ ପର୍ଯ୍ୟନ୍ତ ତାଙ୍କର ପରିବାରକୁ ନ୍ୟାୟ ମିଳିନାହିଁ । ଏହି ବନ୍ଦକୁ ଶାନ୍ତିପୂର୍ଣ୍ଣ ଭାବେ ପାଳନ କରିବାକୁ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ କହିଥିଲେ । ବନ୍ଦ ସମ୍ପର୍କରେ ଗତକାଲି ହାଇକୋର୍ଟଙ୍କ ନିଷ୍ପତ୍ତିକୁ କଂଗ୍ରେସ ଦଳ ପକ୍ଷରୁ ସ୍ୱାଗତ କରାଯାଇଥିଲା ।

Get real time updates directly on you device, subscribe now.