fbpx

ଆନ୍ଧ୍ରା ବ୍ୟାଙ୍କରେ ଭୟାବହ ଅଗ୍ନିକାଣ୍ଡ

କଟକ, ୩୦ା୧୧(ଓଡ଼ିଶା ଭାସ୍କର): କଟକ ମଙ୍ଗଳାବାଗ ଆନ୍ଧ୍ରା ବ୍ୟାଙ୍କ ଶାଖାରେ ଭୟାବହ ଅଗ୍ନିକାଣ୍ଡ ଘଟିଥିବା ସୂଚନା ମିଳିଛି । ନିଆଁ ଲିଭାଇବା କାର୍ଯ୍ୟରେ ୨ଟି ଦମକଳ ଗାଡ଼ି ନିୟୋଜିତ ହୋଇଛନ୍ତି । ଅଗ୍ନିଶମ କର୍ମଚାରୀ ନିଆଁକୁ ଆୟତ କରିବାକୁ ପ୍ରୟାସ ଜାରି ରଖିଛନ୍ତି । ସେଠାରେ ନିଆଁ ଲାଗିବା ପଛର କାରଣ ଏପର୍ଯ୍ୟନ୍ତ ଅସ୍ପଷ୍ଟ ରହିଛି ।

Get real time updates directly on you device, subscribe now.