ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟର ଅଧିକାଂଶ ଜିଲ୍ଲା ଏବେ କରୋନା କବଳରୁ ମୁକ୍ତ ହେବାରେ ଲାଗିଛି । ରାଜ୍ୟରେ କିଛିଦିନ ଦୈନିକ ସଂକ୍ରମଣ ୫ ଶହ ତଳେ ରହିବା ପରେ ପୁଣି ଥରେ ୬ ଶହ ପାର କରିଥିଲା । ତେବେ ଖୋର୍ଦ୍ଧା ଜିଲ୍ଲାରୁ ଅଧିକାଂଶ ସଂକ୍ରମଣ ଚିହ୍ନଟ ହେଉଥିବା ଜଣାପଡ଼ିଛି । ଜିଲ୍ଲାର ୯୦ ପ୍ରତିଶତ ସଂକ୍ରମଣ ରାଜଧାନୀ ଭୁବନେଶ୍ୱରରୁ ମିଳୁଛି । ରାଜଧାନୀରେ ବ୍ୟାପକ ଟିକାକରଣ, ସଚେତନତା, ଚଢ଼ାଉ ପରେ ବି ସଂକ୍ରମଣ କମୁନାହିଁ । ତେବେ ଲୋକମାନେ ଅନ୍ୟ ଜିଲ୍ଲାରୁ ଭୁବନେଶ୍ୱର ଆସୁଥିବାରୁ ସଂକ୍ରମଣ ବୃଦ୍ଧି ପାଉଥିବା ସ୍ୱାସ୍ଥ୍ୟ ବିଭାଗର ଅଧିକାରୀମାନେ ମତ ଦେଉଛନ୍ତି ।
ଆଜି ୨୨୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୧୩୩ ଓ ସ୍ଥାନୀୟ ଅଞ୍ଚଳରୁ ୯୬ଜଣ ଚିହ୍ନଟ ହୋଇଛନ୍ତି । ଏଥିସହ ୨୯ ଜଣ ୧୮ ବର୍ଷରୁ କମ ବୟସର ପିଲା ସଂକ୍ରମିତ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୪୬ ହଜାର ୩୧୭ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୧୦ ଲକ୍ଷ ୩୫ ହଜାର ୨୬୨ ରହିଥିବା ବେଳେ ୨ ହଜାର ୬୧୬ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୧୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
Covid-19 Report For 17th November
New Positive Cases: 229
Of which 0-18 years: 29
In quarantine: 133
Local contacts: 96(Details of local contacts will be shared by concerned District)
1. Angul: 1
2. Balasore: 6
3. Bhadrak: 3
4. Balangir: 1
5. Cuttack: 18
6. Deogarh: 1— I & PR Department, Odisha (@IPR_Odisha) November 18, 2021
ତେବେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୮୩୮୬କୁ ବୃଦ୍ଧି ପାଇଛି । ଖୋର୍ଦ୍ଧା, ପୁରୀ ଓ ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
New recoveries: 267
Cumulative tested: 23064143
Positive: 1046317
Recovered: 1035262
Active cases: 2616— I & PR Department, Odisha (@IPR_Odisha) November 18, 2021