fbpx

ଆସନ୍ତା ୨୩ରୁ ବିଜେପିର ରାଜ୍ୟ କାର୍ଯ୍ୟକାରିଣୀ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଆସନ୍ତା ୨୩ ତାରିଖରୁ ବିଜେପିର ରାଜ୍ୟ କାର୍ଯ୍ୟକାରିଣୀ ଆରମ୍ଭ ହେବାକୁ ଯାଉଛି । ଏହି ଅବସରରେ ବିଜେପିର ରାଜ୍ୟ ପ୍ରଭାରୀ ଡି. ପୁରନ୍ଦେଶ୍ୱରୀ, ସହ ପ୍ରଭାରୀ ବିଜୟପାଲ ସିଂ ତୋମାର ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । ଏଥିସହ କେନ୍ଦ୍ର ଶିକ୍ଷା ଓ ଦକ୍ଷତା ବିକାଶ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରେଳ, ଯୋଗାଯୋଗ ଓ ଆଇଟି ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ, ଆଦିବାସୀ ବ୍ୟାପାର ଓ ଜଳଶକ୍ତି ମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁ ପ୍ରମୁଖ ଯୋଗ ଦେବେ । କାର୍ଯ୍ୟକାରିଣୀରେ ରାଜ୍ୟର ବର୍ତ୍ତମାନର ସ୍ଥିତିକୁ ନେଇ ରାଜନୈତିକ ଚିଠା ପ୍ରସ୍ତାବ ପାରିତ ହେବ ବୋଲି ଜଣାପଡ଼ିଛି । ଏନେଇ ବିଜେବି ରାଜ୍ୟ ସାଧାରଣ ସମ୍ପାଦକ ଗୋଲକ ମହାପାତ୍ର ସୂଚନା ଦେଇଛନ୍ତି ।

Get real time updates directly on you device, subscribe now.