fbpx

ଆଜି କନ୍ଧମାଳବାସୀ ପାଇବେ ସ୍ୱାସ୍ଥ୍ୟ ସ୍ମାର୍ଟ କାର୍ଡ, ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (ଭାସ୍କର ନ୍ୟୁଜ୍‌):  ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କନ୍ଧମାଳ ଜିଲ୍ଲାବାସୀଙ୍କୁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା (ବିଏସ୍‌କେୱାଇ) ସ୍ମାର୍ଟ କାର୍ଡ ବଣ୍ଟନର ଶୁଭାରମ୍ଭ କରିବେ । ମୁଖ୍ୟମନ୍ତ୍ରୀ ପୂର୍ବାହ୍ନ ୧୧ଟାରେ ଫୁଲବାଣୀସ୍ଥିତ କନ୍ଧମାଳ ଷ୍ଟାଡିୟମ୍‌ରେ ପହଞ୍ଚିବେ। ସେଠାରେ  ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଅନ୍ତର୍ଗତ ସ୍ମାର୍ଟ କାର୍ଡ ବଣ୍ଟନ ଶୁଭାରମ୍ଭ କରିବା ସହ ପ୍ରାୟ ୩୦୦ କୋଟି ଟଙ୍କା ବ୍ୟୟ ଅଟକଳରେ ବିଭିନ୍ନ ପ୍ରକଳ୍ପ ଶିଳାନ୍ୟାସ ଏବଂ ଉଦ୍‌ଘାଟନ କରିବେ । କନ୍ଧମାଳ ଜିଲ୍ଲାର ପ୍ରାୟ ୧ ଲକ୍ଷ ୬୭ ହଜାର ହିତାଧିକାରୀଙ୍କୁ ଏହି ସ୍ୱାସ୍ଥ୍ୟ କାର୍ଡ ବଣ୍ଟନ କରାଯିବ ।

ଏହି ଅବସରରେ ଜିଲ୍ଲା ପର୍ଯ୍ୟବେକ୍ଷକ ତଥା ପଞ୍ଚାୟତିରାଜ, ପାନୀୟ ଜଳ, ଆଇନ, ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା କନ୍ଧମାଳ ଗସ୍ତ କରି ସ୍ଥିତି ସମୀକ୍ଷା କରିବା ସହିତ ଜିଲ୍ଲା ପ୍ରଶାସନ ସହ ଆଲୋଚନା କରିଛନ୍ତି ଏବଂ ଜିଲ୍ଲା ନେତୃ ମଣ୍ଡଳୀଙ୍କ ସହିତ ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ନେଇ ପ୍ରସ୍ତୁତି ବୈଠକ କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ଏହି ଗସ୍ତ ଲାଗି ପ୍ରଶାସନର ପ୍ରସ୍ତୁତିକୁ ଚୂଡ଼ାନ୍ତ କରାଯାଇଛି । ନିଜେ ମନ୍ତ୍ରୀ ପ୍ରତାପ ଜେନା ସମସ୍ତ କାର୍ଯ୍ୟ ତଦାରଖ କରୁଛନ୍ତି । ସୁରକ୍ଷାକୁ ଦୃଷ୍ଟିରେ ରଖି ୧୩ ପ୍ଲାଟୁନ୍‌ ଫୋର୍ସ ସହ ଅଫିସର୍‌ ଏବଂ ଏସ୍‌ଓଜି,ଡିଭିଏଫ୍‌, ସିଆର୍‌ପିଏଫ୍‌ ଯବାନ ମୁତୟନ ହୋଇଛନ୍ତି ।

Get real time updates directly on you device, subscribe now.