fbpx
BSKY
BJD YOUTH SKY
BJD MS SKY

ବାତ୍ୟା ଜୱାଦ ଅପଡେଟ: ଅବପାତର ରୂପ ନେଲା ଲଘୁଚାପ

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଅବପାତର ରୂପ ନେଲା । ଗୋପଳପୁରଠାରୁ ଏହା ୧୦୨୦ କିମି ଦୂରରେ ରହିଛି । ପାରାଦୀପ ଠାରୁ ୧୦୬୦ କିମି ଦୂରରେ ରହିଛି । ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଲଘୁଚାପର ରୂପ ନେଲା ଅବପାତ । ୨୪ ଘଣ୍ଟା ମଧ୍ୟରେ ଏହା ଘୂର୍ଣ୍ଣିଝଡ଼ର ରୂପ ନେବା ସମ୍ଭାବନା । ଏନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି ।

ଉଲ୍ଲେଖଯୋଗ୍ୟ, ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ୪ଓ ୫ତାରିଖ ମଧ୍ୟରେ ସ୍ଥଳଭାଗରେ ଲ୍ୟାଣ୍ଡଫଲ କରିବାର ସମ୍ଭାବନା ରହିି । ଏହି ସମୟରେ ପବନ ବେଗ ସର୍ବାଧିକ ୯୦ରୁ ୧୦୦ କିମି ରହିବାନେଇ ଅନୁମାନ କରାଯାଉଛି । ୩ ତାରିଖ ମଧ୍ୟରାତ୍ରୀ ପରେ ପବନ ବେଗ ବଢ଼ିବାକୁ ଲାଗିବ । ୪ ତାରିଖ ବେଳକୁ ପବନ ୭୦ରୁ ୯୦ କିମି ପର୍ଯ୍ୟନ୍ତ ବହିବ । ତେବେ ଡିପ୍ରେସନରେ ପରିଣତ ହେଲା ପରେ ସ୍ପଷ୍ଟ ହେବ ବୋଲି ପୂର୍ବରୁ ସୂଚନା ଦେଇଛନ୍ତି ଆଇଏମଡି ଡିଜି । ଏହାର ପ୍ରଭାବରେ ୩ରୁ ୫ ତାରିଖ ପର୍ଯ୍ୟନ୍ତ ଓଡ଼ିଶାରେ ବର୍ଷା ଲାଗି ରହିବ କହିଛନ୍ତି ଡିଜି ।

Get real time updates directly on you device, subscribe now.