fbpx

କୋରାପୁଟ ମେଡିକାଲ କଲେଜରେ ଅଗ୍ନିକାଣ୍ଡ, ଅଳ୍ପକେ ବର୍ତ୍ତିଲେ ମାଆ ଓ ଶିଶୁ

କୋରାପୁଟ: କେରାପୁଟ ସ୍ଥିତ ଶହୀଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜରେ ଅଗ୍ନିକାଣ୍ଡ ଘଟିଥିବା ଖବର ସାମ୍ନାକୁ ଆସିଛି । ଏନେଇ ହସ୍ପିଟାଲରେ ଉତ୍ତେଜନାମୂଳକ ପରିସ୍ଥିତି ଦେଖାଦେଇଛି । ହସ୍ପିଟାଲର ମାତୃ ଓ ଶିଶୁ ସ୍ୱାସ୍ଥ୍ୟ କେନ୍ଦ୍ରରେ ଅଗ୍ନିକାଣ୍ଡ ଘଟିଛି । ଖବର ପାଇ ଘଟଣାସ୍ଥଳରେ ଦମକଳ ବାହିନୀ ଟିମ୍ ପହଂଚି ନିଆଁକୁ ଆୟତ କରିବା ସହ ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି । ଅଗ୍ନିକାଣ୍ଡର ପ୍ରକୃତ କାରଣ ଜଣାପଡ଼ିନଥିବା ବେଳେ ସର୍ଟସର୍କିଟ ଯୋଗୁ ନିଆଁ ଲାଗିଥିବା ଅନୁମାନ କରାଯାଉଛି । ତେବେ ଏହି ଅଗ୍ନିକାଣ୍ଡରେ ମାଆ ଓ ଶିଶୁ ସୁରକ୍ଷିତ ଅଛନ୍ତି ଏବଂ ସେମାନଙ୍କୁ ଅନ୍ୟ ୱାର୍ଡ଼କୁ ସ୍ଥାନାନ୍ତର କରାଯାଇଥିବା ଜଣାପଡ଼ିଛି ।

Get real time updates directly on you device, subscribe now.