fbpx

ବଡ଼ ଖବର: ବଙ୍ଗୋପସାଗରରେ ସୃଷ୍ଟି ହେଲା ଅବପାତ, ସ୍ପଷ୍ଟ ହେଲା କେଉଁଠି ଛୁଇଁବ ସ୍ଥଳଭାଗ

Advertisement

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହେଲା ଅବପାତ । ସଦୃଶ ଲଘୁଚାପ ଘନୀଭୂତ ହୋଇ ଅବପାତରେ ପରିଣତ ହୋଇଛି । ଏହା କାଲି ସକାଳ ସୁଦ୍ଧା ବାତ୍ୟାର ରୂପ ନେବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ଏହାପରେ ସନ୍ଧ୍ୟା ସୁଦ୍ଧା ଏକ ଭୀଷଣ ବାତ୍ୟାରେ ପରିଣତ ହେବାର ସମ୍ଭାବନା ରହିଛି । ବାତ୍ୟା କେଉଁଠି ସ୍ଥଳଭାଗ ଛୁଇଁବ ତାହା ସ୍ପଷ୍ଟ ହୋଇଛି । ସାଗରଦ୍ୱୀପ ଓ ଖେପୁପାରା ଦେଇ ବାତ୍ୟା ଗତି କରିବ । ୨୬ ।ତରିଖ ମଧ୍ୟରାତ୍ର ସୁଦ୍ଧା ଗତି କରିବ ବାତ୍ୟା । ବାଲାଂଦେଶ ଓ ପଶ୍ଚିମବଙ୍ଗ ଉପକୂଳ ଦେଇ ଏହା ଗତି କରିବ । ଏନେଇ ୨୭ ତାରିଖ ଯାଏଁ ସମୁଦ୍ରକୁ ନଯିବାକୁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦିଆଯାଇଛି ।

ତେବେ ଓଡ଼ିଶା ଉପରେ ବେଶୀ ବର୍ଷା କିମ୍ବା ପବନ ସମ୍ଭାବନା ନାହିଁ ବୋଲି କୁହାଯାଉଛି । ଓଡ଼ିଶାରେ ମେ ୨୩, ୨୪ ଓ ୨୫ରେ କାଳବୈଶାଖୀର ସମ୍ଭାବନା ରହିଛି । କିଛି କିଛି ସ୍ଥାନରେ ଘଡ଼ଘଡ଼ି, ବିଜୁଳି ସହ ବର୍ଷା ସମ୍ଭାବନା ରହିଛି । ୨୬ ତାରିଖରେ ଉତ୍ତର-ଓଡ଼ିଶାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ଆଶଙ୍କା ରହିଛି । କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଅନ୍ୟ କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି । ତେବେ ବାଲେଶ୍ୱର, କେନ୍ଦ୍ରାପଡ଼ା, ଭଦ୍ରକରେ ବର୍ଷା ହେବ ବୋଲି କୁହାଯାଇଛି । ୨୭ ତାରିଖରେ ବାଲେଶ୍ୱର ଓ ମୟୂରଭଞ୍ଜରେ ବର୍ଷା ଆକଳନ କରାଯାଇଛି । କିଛି କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି । ୩୦ରୁ ୫୦ କିମି ବେଗରେ ପବନ ବୋହିବ ବୋଲି ପୂର୍ବାନୁମାନ କରାଯାଇଛି ।

Get real time updates directly on you device, subscribe now.