CHARIDHAM

ଆସନ୍ତା ୨୪ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ; ରାଜ୍ୟର ବିଭିନ୍ନ ଜିଲ୍ଲାରେ ହେବ ପ୍ରବଳରୁ ଅତି ପ୍ରବଳ ବର୍ଷା!

ଭୁବନେଶ୍ୱର: ମିଆଁମାର ଏବଂ ଏହାକୁ ଲାଗି ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେଲ ସୃଷ୍ଟି ହୋଇଛି ଏକ ଘୂର୍ଣ୍ଣିବଳୟ। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପୂର୍ବ-କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର-ପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ପରେ ଏହା ଲଘୁଚାପରେ ପରିଣତ ହୋଇ ଉତ୍ତର-ପଶ୍ଚିମ ଦିଗକୁ ଉତ୍ତର ଓଡ଼ିଶା ଓ ସଂଲଗ୍ନ ପଶ୍ଚିମବଙ୍ଗ ଉପକୂଳ ଆଡ଼କୁ ଗତି କରିବା ନେଇ ପାଣିପାଗ ବିଭାଗର ପୂର୍ବାନୁମାନ। ଲଘୁଚାପ ପ୍ରଭାବରେ ସେପ୍ଟେମ୍ବର ୩୦ରୁ ଅକ୍ଟୋବର ୩ ତାରିଖ ମଧ୍ୟରେ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୪ଟି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ଜନିତ ଝଡ଼ବର୍ଷା ସହ ବଜ୍ରପାତର ସମ୍ଭାବନା ରହିଛି। ୨୯ ତାରିଖ ଅପରାହ୍ନ ମଧ୍ୟରେ ରାଜ୍ୟର ମାଲକାନଗିରି, କୋରାପୁଟ, ରାୟଗଡ଼ା, କନ୍ଧମାଳ, ଗଜପତି, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ସେଥିପାଇଁ ପାଣିପାଗ ବିଭାଗ ଏହି ସବୁ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ।