fbpx

ମଙ୍ଗଳବାର ସୁଦ୍ଧା ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ, ଏହି ଜିଲ୍ଲାଗୁଡିକରେ ବର୍ଷା ଓ ଘଡ଼ଘଡ଼ି ହେବାର ସମ୍ଭାବନା !

ଭୁବନେଶ୍ୱର: ଆଗାମୀ ୨୪ଘଣ୍ଟା ପର୍ଯ୍ୟନ୍ତ ରାଜ୍ୟର ପାଗ ମୁଖ୍ୟତଃ ଶୁଖିଲା ରହିବ । ଆସନ୍ତା ୫ ଦିନ ଯାଏଁ ରାତି ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ । ତେବେ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ମଙ୍ଗଳବାର ସୁଦ୍ଧା ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହି ଲଘୁଚାପ ପ୍ରଭାବରେ ୧୫ ନଭେମ୍ବରଠୁ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ଏବଂ କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ଏହା ୧୬ ତାରିଖ ସୁଦ୍ଧା ଘନୀଭୂତ ହୋଇ ଅବପାତରେ ପରିଣତ ହୋଇପାରେ । ଏହାର ପ୍ରଭାବରେ ରାଜ୍ୟର ଦକ୍ଷିଣ-ଉପକୂଳ ମାଲକାନଗିରି, କୋରାପୁଟ, ରାୟଗଡାର ଗୋଟିଏ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଓ ଘଡ଼ଘଡ଼ି ହେବାର ସମ୍ଭାବନା ଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ସୂତ୍ରରୁ ପ୍ରକାଶ ପାଇଛି । ଅନ୍ୟପଟେ ୧୬ ରୁ ୧୮ ତାରିଖ ମଧ୍ୟରେ ଗଜପତି, କୋରାପୁଟ, ରାୟଗଡ଼ା, କନ୍ଧମାଳ, ଗଞ୍ଜାମ, ପୁରୀ, ନୟାଗଡ଼, ଢେଙ୍କାନାଳ, ଜଗତସିଂହପୁର, ଖୋର୍ଦ୍ଧା,କଟକ, କେନ୍ଦ୍ରପଡ଼ା, ଭଦ୍ରକ, କେନ୍ଦୁଝର, ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

Get real time updates directly on you device, subscribe now.