fbpx

ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ, ସୂଚନା ଦେଲେ ଆଞ୍ଚଳିକ ପାଣିପାଗ ବିଭାଗ

ଭୁବନେଶ୍ୱର: ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇଛି । ଏହା ବଙ୍ଗୋପସାଗର ତଥା ଉତ୍ତର ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟି ହୋଇଛି । ଏନେଇ ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି ।

ସୂଚନା ଅନୁଯାୟୀ, ଘୂର୍ଣ୍ଣିବଳୟ ପ୍ରଭାବରୁ ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଓଡିଶାରେ ମୌସୁମୀ ବାୟୁ ପ୍ରବେଶ କରିସାରିଛି, ଏଥିସହ ଏହି ଲଘୁଚାପ ଏହାକୁ ଆହୁରି ସକ୍ରିୟ କରିବ। ଯାହା ଫଳରେ ରାଜ୍ୟର ବିଭିନ୍ନ ସ୍ଥାନରେ ୨୭ ତାରିଖ ପର୍ଯ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସ୍ଥିତିକୁ ଦେଖି ବିଭିନ୍ନ ଜିଲ୍ଳାକୁ ବର୍ଷା ଜନିତ ସତର୍କ ସୂଚନା ଜାରି କରାଯାଇଛି ।

ଆଜି ସମ୍ବଲପୁର, ଅନଗୁଳ, ବୌଦ୍ଧ, ସୋନପୁର, ବରଗଡ, ଦେବଗଡ, ବଲାଙ୍ଗୀର, ସୁନ୍ଦରଗଡ, କେନ୍ଦୁଝର ଓ ଝାରସୁଗୁଡା ଜିଲ୍ଲା କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଲଘୁଚାପ ଯୋଗୁଁ ରାଜ୍ୟରେ ପ୍ରବଳ ବର୍ଷାକୁ ନେଇ ପାଣିପାଗ ବିଭାଗର ପୂର୍ବାନୁମାନ ପରେ, ସବୁ ଜିଲ୍ଳାର ଜିଲ୍ଲାପାଳମାନଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ଏସଆରସି ।

Get real time updates directly on you device, subscribe now.