fbpx

ବଙ୍ଗୋପସାଗରରେ ସୃଷ୍ଟିହେଲା ଲଘୁଚାପ, ଆଗାମୀ ୪ରୁ ୫ ଦିନ ପ୍ରବଳ ବର୍ଷିବ

ଭୁବନେଶ୍ୱର: ରାଜ୍ୟକୁ ଆସୁଛି ଆଉ ଏକ ବଡ ବର୍ଷା। ଦକ୍ଷିଣ ଝାଡ଼ଖଣ୍ଡ ଏବଂ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ସକ୍ରିୟ ଘୁର୍ଣ୍ଣି ବଳୟ ପ୍ରଭାବରେ, ଆଜି ଉତ୍ତର ଓଡିଶା ପାର୍ଶ୍ଵବର୍ତ୍ତୀ ଦକ୍ଷିଣ ଝାଡ଼ଖଣ୍ଡ ଏବଂ ଗଙ୍ଗୀୟ ପଶ୍ଚିମବଙ୍ଗ ଉପତ୍ୟାକା ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ସହ ଜଡିତ ଘୁର୍ଣ୍ଣି ବଳୟ ବାୟୁମଣ୍ଡଳରେ ୫.୮ କିମି ଯାଏଁ ବ୍ୟାପି ରହିଛି। ଲଘୁଚାପ ପ୍ରଭାବରେ ଆସନ୍ତା ୪ରୁ ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷର ଜାରି ସତର୍କ ସୂଚନା ଅନୁଯାୟୀ ଆଗାମୀ ୨୪ଘଣ୍ଟା ମଧ୍ୟରେ ସମଗ୍ର ରାଜ୍ୟରେ ବର୍ଷାର ସମ୍ଭାବନା ରହିଥିବା ବେଳେ ରାଜ୍ୟର ୫ଟି ଜିଲ୍ଲାରେ ଅତି ପ୍ରବଳ ବର୍ଷା ଏବଂ ୧୭ଟି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ସୋମବାର ମଧ୍ୟାହ୍ନ ସୁଦ୍ଧା ରାଜ୍ୟର କେନ୍ଦୁଝର, ସୁନ୍ଦରଗଡ଼, ବରଗଡ଼, ସମ୍ବଲପୁର ଓ ବଲାଙ୍ଗୀର ଜିଲ୍ଲାରେ ଅତିପ୍ରବଳ ବର୍ଷାର ସମ୍ଭାବନା ରହିଛି।

ତେବେ ଚଳିତ ବର୍ଷ ଜୁନ୍ ୧ ରୁ ୨୯ ମଧ୍ୟରେ ଓଡିଶା ହାରାହାରି ତୁଳନାରେ ୪୦ ପ୍ରତିଶତ କମ୍ ବୃଷ୍ଟିପାତ ହୋଇଛି। ଜୁନ୍ ୧ ରୁ ୧୪ ମଧ୍ୟରେ ରାଜ୍ୟରେ ୮୦% ନିଅଣ୍ଟ ଦେଖାଦେଇଛି କିନ୍ତୁ ଜୁନ୍ ୧୬ ରେ ମୋୖସୁମୀ ବର୍ଷା ବୃଦ୍ଧି ପାଇବା ପରେ ନିଅଣ୍ଟ ୪୦% କୁ ହ୍ରାସ ପାଇଛି। ଆଗକୁ ଲଘୁଚାପ ବର୍ଷ ପ୍ରଭାବରେ ଏହି ନିଅଣ୍ଟିଆର ଅଭାବ ପୁରାଣ ହେବେ ବୋଲି ଆଶା କରାଯାଉଛି।

 

 

Get real time updates directly on you device, subscribe now.