fbpx
BJD SKY
BJD SKY

ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ, ଆଜି ୮ଟି ଜିଲ୍ଲାରେ ପ୍ରବଳ ବର୍ଷିବ !

BJD

ଭୁବନେଶ୍ୱର : ବଙ୍ଗୋପସାଗରର କେନ୍ଦ୍ର ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହାର ପ୍ରଭାବ ଓଡ଼ିଶାର ଦକ୍ଷିଣ ଉପକୂଳର କିଛି ଜିଲ୍ଲାରେ ପଡ଼ିବା । ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷାର ସମ୍ଭାବାନା ରହିଛି । ଆଜି ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, କେନ୍ଦୁଝର ଓ ମୟୁରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ।

ସୂଚନା ଅନୁସାରେ, ଆସନ୍ତାକାଲି ମଧ୍ୟ ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗିର ଏବଂ ନୂଆପଡ଼ା ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ବୋଲି ପୂର୍ବାନୁମାନରୁ କୁହାଯାଇଛି । ଆସନ୍ତା ୪ ଦିନ ପର୍ଯ୍ୟନ୍ତ ଏଭଳି ବର୍ଷା ଲାଗି ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରି କହିଛି ।

Get real time updates directly on you device, subscribe now.