fbpx

ଓଡ଼ିଶା ବିଧାନସଭା ନିର୍ବାଚନ ପାଇଁ ଆପ୍ ଘୋଷଣା ୩୭ ଜଣ ପ୍ରାର୍ଥୀ ତାଲିକା

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଏପ୍ରିଲ ୧୯ ତାରିଖରୁ ଦେଶରେ ୭ଟି ପର୍ଯ୍ୟାୟରେ ଲୋକସଭା ନିର୍ବାଚନ ଆରମ୍ଭ ହେବାକୁ ଯାଉଛି । ଏଥିସହିତ ୪ଟି ରାଜ୍ୟରେ ବିଧାନସଭା ନିର୍ବାଚନ ପାଇଁ ମଧ୍ୟ ମତଦାନ ଗ୍ରହଣ କରାଯିବ । ମେ ୧୩ରୁ ଓଡ଼ିଶାରେ ୪ଟି ପର୍ଯ୍ୟାୟରେ ମତଦାନ ଗ୍ରହଣ କରାଯିବ । ନିର୍ବାଚନ ପୂର୍ବରୁ ରାଜନୈତିକ ଦଳମାନେ ବିଭିନ୍ନ ପର୍ଯ୍ୟାୟରେ ସେମାନଙ୍କର ପ୍ରାର୍ଥୀ ତାଲିକା ଜାରି କରୁଛନ୍ତି । ଏପରି ସ୍ଥିତିରେ ରାଜନେତାମାନେ ଦଳ ବଦଳ କରୁଥିବା ଦେଖାଯାଉଛି ।

ତେବେ ଏହା ମଧ୍ୟରେ ଓଡ଼ିଶା ବିଧାନସଭା ନିର୍ବାଚନ ପାଇଁ ଆମ୍ ଆଦମୀ ପାର୍ଟି (ଆପ) ପକ୍ଷରୁ ୩୭ ଜଣ ପ୍ରାର୍ଥୀଙ୍କ ତାଲିକା ଘୋଷଣା କରାଯାଇଛି । ପଦ୍ମପୁରରୁ ବାଲ୍ମିକୀ ନାୟକ, ବରଗଡ଼ରୁ ଆଶିଷ ଶତପଥୀ, ବଣାଇରୁ କୁନୀ ମୁଣ୍ଡା, ଉଦଳାରୁ ରାଜ କିଶୋର ମାର୍ଣ୍ଡିଂ ନିର୍ବାଚନ ଲଢ଼ିବେ । ଏହା ପୂର୍ବରୁ ରାଜ୍ୟ ବିଧାନସଭା ନିର୍ବାଚନ ପାଇଁ ବିଜେଡି, ବିଜେପି ଓ କଂଗ୍ରେସ ପକ୍ଷରୁ ବିଭିନ୍ନ ପର୍ଯ୍ୟାୟରେ ପ୍ରାର୍ଥୀ ତାଲିକା ଜାରି କରାଯାଇଥିଲା ।

Get real time updates directly on you device, subscribe now.