fbpx

ସଡ଼କ ଦୁର୍ଘଟଣା, ୧୦ମୃତ

ରାଜସ୍ଥାନ, ୧୪ା୩: ରାଜସ୍ଥାନ ଯୋଧପୁରରେ ଏକ ଅଭାବନୀୟ ଘଟଣା ଘଟିଯାଇଛି । ଯୋଧପୁରରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଥିବା ସୂଚନା ମିଳିଛି । ସେଠାରେ ଟ୍ରଲର ଓ ପିକଅପ ଭ୍ୟାନ ମୁହାଁମୁହିଁ ଧକ୍କା ହୋଇଛି । ଯାହା ଫଳରେ୧୦ଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଛି । ଏହାସହ ୩ଜଣ ଗୁରୁତର ଭାବେ ଆହତ ମଧ୍ୟ ହୋଇଛନ୍ତି । ଗୁରୁତରମାନଙ୍କୁ ଉଦ୍ଧାର କରାଯାଇ ସ୍ଥାନୀୟ ମେଡ଼ିକାଲରେ ଭର୍ତ୍ତି କରାଯାଇଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିିଥିବା ନେଇ ସୂଚନା ରହିଛି ।

Get real time updates directly on you device, subscribe now.