fbpx

ରାଜ୍ୟର ୯ ଜଣ ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ: ୬ ଜଣଙ୍କ ପେନସନ ବନ୍ଦ, ୩ ଜଣ ଚାକିରିରୁ ବିଦା

Advertisement

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟରେ ସରକାରୀ କର୍ମଚାରୀଙ୍କ ଦୁର୍ନୀତି ଦିନକୁ ଦିନ ବଢ଼ିବାରେ ଲାଗିଛି । ଲାଞ୍ଚ ଓ ଦୁର୍ନୀତି ମାମଲାରେ ଜଡ଼ିତ ଥାଇ ଅନେକ କର୍ମଚାରୀ ଭିଜିଲାନ୍ସ ଜାଲରେ ପଡ଼ି ଜେଲ ଯାଉଛନ୍ତି । ଅନେକ ଅଧିକାରୀଙ୍କ ଘରୁ ଗଦା ଗଦା ଟଙ୍କା ମଧ୍ୟ ଜବତ ହେଉଥିବା ଦେଖିବାକୁ ମିଳୁଛି । ତେବେ ଏଭଳି ଦୁର୍ନୀତିଗ୍ରସ୍ତ ବାବୁଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି ରାଜ୍ୟ ସରକାର ।

ସୂଚନା ମୁତାବକ, ୯ ଜଣ ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୋଧରେ ରାଜ୍ୟ ସରକାରଙ୍କ ତରଫରୁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ୬ ଜଣ ଅଧିକାରୀଙ୍କ ପେନସନ ସ୍ଥାୟୀ ଭାବେ ବନ୍ଦ କରାଯାଇଥିବା ବେଳେ ୩ ଜଣ ଅଧିକାରୀଙ୍କୁ ଚାକିରିରୁ ବରଖାସ୍ତ କରାଯାଇଛି । ବର୍ତ୍ତମାନ ସୁଦ୍ଧା ୧୯୭ ଜଣ ଅଫିସରଙ୍କ ବିରୋଧରେ ରାଜ୍ୟ ସରକାର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିସାରିଛନ୍ତି ।

ଏହି ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ମଧ୍ୟରେ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ, ରାଜ୍ୟ ପ୍ରଶାସନିକ ସେବା ଅଧିକାରୀ, କୃଷି ବିଭାଗ ଅଧିକାରୀ, ସାମାଜିକ ଶିକ୍ଷା ଅଧିକାରୀ, ଅଡିଟର, କନିଷ୍ଠ ଯନ୍ତ୍ରୀ ରହିଛନ୍ତି । ରାଜ୍ୟବାସୀଙ୍କୁ ସ୍ୱଚ୍ଛ ଶାସନ ଓ ଉତ୍ତମ ସେବା ପ୍ରଦାନ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସର୍ବଦା ପ୍ରାଥମିକତା ଦେଇ ଆସିଛନ୍ତି । କଟକ ଜିଲ୍ଲାର ପୂର୍ବତନ କାର୍ଯ୍ୟନିର୍ବାହୀ ଅଧିକାରୀ, କଳାହାଣ୍ଡି ଜିଲ୍ଲାର କର୍ଲାମୁଣ୍ଡାର ବ୍ଲକର ପୂର୍ବତନ ବିଡିଓଙ୍କର ପେନସନ ବନ୍ଦ କରାଯାଇଛି । ସେହିପରି ନବରଙ୍ଗପୁର ଜିଲ୍ଲା ଉମରକୋଟର ପୂର୍ବତନ ସହକାରୀ କୃଷି ଅଧିକାରୀ, ବରଗଡ଼ ଜିଲ୍ଲା ସୋହେଲାର ପୂର୍ବତନ କନିଷ୍ଠ ଯନ୍ତ୍ରୀଙ୍କୁ ଚାକିରିରୁ ବରଖାସ୍ତ କରାଯାଇଛି ।

 

Get real time updates directly on you device, subscribe now.