fbpx
BSKY SKY
BSKY SKY

ଆଧୁନିକ ଜ୍ଞାନକୌଶଳ ବ୍ୟବହାର କରନ୍ତୁ ସୂଚନା ଅଧିକାରୀ

BSKY

ଭୁବନେଶ୍ୱର (ଓଡ଼ିଶା ଭାସ୍କର) : ବୈଷୟିକ ଜ୍ଞାନକୌଶଳର ବିକାଶ ସହ ତାଳ ଦେଇ ସୂଚନା ଅଧିକାରୀମାନେ ନିଜକୁ ପ୍ରସ୍ତୁତ କରି ସରକାରଙ୍କ ବିକାଶମୂଳକ କାର୍ଯ୍ୟକ୍ରମର ଉପଯୁକ୍ତ ସୂଚନା ପ୍ରଦାନ କରିବା ପାଇଁ ସୂଚନା ଓ ଲୋକସଂପର୍କ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ବିଷ୍ଣୁପଦ ସେଠୀ ପରାମର୍ଶ ଦେଇଛନ୍ତି । ସାମାଜିକ ଗଣମାଧ୍ୟମର ପରିଚାଳନା ଏବଂ ବ୍ୟବହାର ସଂପର୍କରେ ସୂଚନା ଅଧିକାରୀମାନଙ୍କୁ ସ୍ୱତନ୍ତ୍ର ଭାବେ ପ୍ରଶିକ୍ଷଣ ଦିଆଯିବା ପାଇଁ ସେ ନିର୍ଦ୍ଦେଶ ଦେଇଛନ୍ତି । ବିଭିନ୍ନ ବିଭାଗର ଉନ୍ନୟନମୂଳକ କାର୍ଯ୍ୟ ବାବଦରେ ସବିଶେଷ ତଥ୍ୟ ସଂଗ୍ରହ, ବରିଷ୍ଠ ଅଧିକାରୀମାନଙ୍କ ସହିତ ପରାମର୍ଶ କ୍ରମେ ସଫଳ କାହାଣୀ ପ୍ରସ୍ତୁତି ସାଙ୍ଗକୁ ଆଧୁନିକ ସୂଚନା-ପ୍ରଯୁକ୍ତି ଉପକରଣର ବ୍ୟବହାର ଆପଣେଇବାକୁ ପ୍ରମୁଖ ଶାସନ ସଚିବ ପରାମର୍ଶ ଦେଇଥିଲେ ।

ସରକାରଙ୍କ ଲୋକକଲ୍ୟାଣମୂଳକ କାର୍ଯ୍ୟକ୍ରମଗୁଡ଼ିକର ବ୍ୟାପକ ପ୍ରଚାର ଓ ପ୍ରସାରଣ ଉପରେ ସୂଚନା ଅଧିକାରୀମାନେ ଗୁରୁତ୍ୱ ଦେବାକୁ ଶ୍ରୀ ସେଠୀ ଉଲ୍ଲେଖ କରିଥିଲେ । ବିଭାଗୀୟ କାର୍ଯ୍ୟକୁ ଆଖି ଆଗରେ ରଖି ସମ୍ବାଦ ପରିବେଷଣ ଏବଂ ବିଭାଗକୁ କ୍ରିୟାଶୀଳ କରିବାରେ ସୂଚନା ଅଧିକାରୀମାନେ ନିଷ୍ଠାର ସହ କାର୍ଯ୍ୟ କରିବାକୁ ବିଭାଗର ନିର୍ଦ୍ଦେଶକ ଇନ୍ଦ୍ରମଣି ତ୍ରିପାଠୀ କହିଥିଲେ । ବିଗତ ଦିନର ଅଭିଜ୍ଞତାକୁ ନେଇ ବୈଷୟିକ ନିର୍ଦ୍ଦେଶକ ନିରଞ୍ଜନ ସେଠୀ ବିଭିନ୍ନ ସମସ୍ୟାର ସମାଧାନ ଏବଂ ପ୍ରମୁଖ ଶାସନ ସଚିବଙ୍କ ପରାମର୍ଶ ଅନୁଯାୟୀ ସୂଚନା ଅଧିକାରୀମାନେ କାର୍ୟ୍ୟ କରିବେ ବୋଲି ଆଶାପ୍ରକାଶ କରିଥିଲେ । ପ୍ରମୁଖ ଶାସନ ସଚିବ ବିଭିନ୍ନ ବିଭାଗର ସୂଚନା ଅଧିକାରୀମାନଙ୍କ ସହ ମତ ବିନିମୟ କରିଥିଲେ । ଏହି ଅବସରରେ ଯୁଗ୍ମ ନିର୍ଦ୍ଦେଶକ ପ୍ରମୋଦ କୁମାର ମଲ୍ଲିକ ଏବଂ ସୁରେନ୍ଦ୍ର କୁମାର ପରିଡ଼ାଙ୍କ ସହ ସମସ୍ତ ବରିଷ୍ଠ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ ।

Get real time updates directly on you device, subscribe now.