fbpx

ପରଲୋକରେ ଅଜିତ ଦାଶ

ଭୁବନେଶ୍ୱର,୧୩ ।୯(ଓଡିଶା ଭାସ୍କର): ବିଶିଷ୍ଟ ଓଡିଆ ଚଳଚ୍ଚିତ୍ର ଅଭିନେତା ଅଜିତ ଦାଶଙ୍କର ଆଜି ପରଲୋକ ଘଟିଛି । ଚିକିତ୍ସାଧୀନ ଅବସ୍ଥାରେ ଅଜିତଙ୍କ ଦେହାନ୍ତ ଘଟିଛି । ଭୁବନେଶ୍ୱରର ଏକ ଘରୋଇ ମେଡିକାଲରେ ଅଜିତଙ୍କ ଚିକିତ୍ସା ଚାଲିଥିଲା । ତେବେ ସେ ୬୦ରୁ ଅଧିକ ଚଳଚ୍ଚିତ୍ରରେ ଅଭିନୟ କରିଥିଲେ । ୧୯୭୬ରେ ସିନ୍ଦୂର ବିନ୍ଦୁ ଫିଲ୍ମରେ ପ୍ରଥମେ ଅଭିନୟ କରିଥିଲେ । ଏହାଛଡ଼ା ହାକିମ ବାବୁ, ମା, ତୁଣ୍ଡବାଇଦ ପରି ଅନେକ ଫିଲ୍ମରେ ଅଭିନୟ କରିଥିଲେ।

ଅଜିତ୍‌ ଦାସ ଓଡ଼ିଶାର ମୟୂରଭଞ୍ଜ ଜିଲ୍ଲାର କରଞ୍ଜିଆଠାରେ ୧୯୪୯ ଜାନୁଆରୀ ୨୦ରେ ଜନ୍ମଗ୍ରହଣ କରିଥିଲେ । ଅଜିତ ଛୋଟବେଳରୁ ନାଟକ ସହିତ ଜଡିତ ଥିଲେ। ତାଙ୍କ ବଡ଼ବାପା ସୁଧୀର ଚନ୍ଦ୍ର ଦାସ ଜଣେ ନାଟକ ଅଭିନେତା ଥିଲେ ଓ ମୟୂରଭଞ୍ଜରେ ତାଙ୍କର ଏକ ନାଟକ ଦଳ ଥିଲା। ସେଠାରେ ନାଟକ ଦେଖୁ ଦେଖୁ ସେ ନାଟକ ଅଭିନୟ ପ୍ରତି ଆକର୍ଷିତ ହୋଇଥିଲେ ।

Get real time updates directly on you device, subscribe now.