fbpx

ଅଭିନେତ୍ରୀ ଜିନା ସାମଲ ବିଜେପି ଛାଡ଼ିଲେ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଲୋକସଭା ନିର୍ବାଚନ ପାଇଁ ଗତ ମାସ ୧୯ ତାରିଖରେ ଦେଶରେ ପ୍ରଥମ ପର୍ଯ୍ୟାୟ ମତଦାନ ସମାପ୍ତ ହୋଇଥିବା ବେଳେ ଗତ ମାସ ୨୬ ତାରିଖରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ସମାପ୍ତ ହୋଇଥିଲା । ଆଗକୁ ଆଉ ୫ଟି ପର୍ଯ୍ୟାୟରେ ମତଦାନ ଗ୍ରହଣ କରାଯିବ । ସେହିପରି ମେ ୧୩ରୁ ଓଡ଼ିଶାରେ ୪ଟି ପର୍ଯ୍ୟାୟରେ ମତଦାନ ଗ୍ରହଣ କରାଯିବ । ନିର୍ବାଚନ ପାଇଁ ରାଜନୈତିକ ଦଳମାନେ ବିଭିନ୍ନ ପର୍ଯ୍ୟାୟରେ ପ୍ରାର୍ଥୀ ତାଲିକା ଜାରି କରୁଥିବା ବେଳେ ଟିକେଟ କଟିବା ପରେ କିଛି ନେତା ଦଳ ଛାଡ଼ୁଥିବା ଦେଖାଯାଇଛି ।

ତେବେ ଆଗାମୀ ଲୋକସଭା ଓ ବିଧାନସଭା ନିର୍ବାଚନ ପାଇଁ ରାଜ୍ୟର ପ୍ରମୁଖ ରାଜନୈତକ ଦଳମାନଙ୍କର ପ୍ରାର୍ଥୀ ତାଲିକା ଘୋଷଣା ପାଖାପାଖି ସମାପ୍ତ ହୋଇଯାଇଛି । ତେଣୁ ଟିକେଟ ନପାଇ ଅନେକ ନେତା ଦଳ ଛାଡ଼ୁଥିବା ଦେଖାଯାଉଛି । ଏହା ମଧ୍ୟରେ ପୁଣି ଜଣେ ନେତ୍ରୀ ଦଳ ଛାଡ଼ିଛନ୍ତି । ଅଭିନେତ୍ରୀ ଜିନା ସାମଲ ବିଜେପିରୁ ଇସ୍ତଫା ଦେଇଛନ୍ତି । ନିଜର ଇସ୍ତଫା ପତ୍ର ଗ୍ରହଣ କରିବା ପାଇଁ ସେ ରାଜ୍ୟ ସଭାପତି ମନମୋହନ ସାମଲଙ୍କୁ ନିବେଦନ କରିଛନ୍ତି । ଦଳ ପାଇଁ ସେ ବର୍ଷ ବର୍ଷ ଧରି କଠିନ ପରିଶ୍ରମ କରିଥିଲେ ହେଁ ନେତୃତ୍ୱଙ୍କର ସେ ଆସ୍ଥା ଭାଜନ ହୋଇ ପାରିଲେ ନାହିଁ । ଦଳରେ ତାଙ୍କ ପାଇଁ ଆଉ କିଛି ବାକି ନାହିଁ ଇସ୍ତଫା ପତ୍ରରେ ଜିନା ଉଲ୍ଲେଖ କରିଛନ୍ତି ।

Get real time updates directly on you device, subscribe now.